ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ, ଗଠନ ହେବ ଟାସ୍କ ଫୋର୍ସ

ଭୁବନେଶ୍ୱର : ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। ଆଜି ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଚିନି କଳ ଏକ ପୁରାତନ ଚିନି କଳ। ଏହା ଉପରେ ଅନେକ ଚାଷୀ ନିର୍ଭର କରନ୍ତି। ତେଣୁ, ଏହାର ଉନ୍ନତିକରଣ ଓ ପୁନରୁଦ୍ଧାର କରିବା ପାଇଁ ପଦକ୍ଷେପ ନିଆଯିବା ଆବଶ୍ୟକ । ଏହି ଟାସ୍କ ଫୋର୍ସ ମହାରାଷ୍ଟ୍ର ଏବଂ ଅନ୍ୟ ରାଜ୍ୟଗୁଡିକୁ ପରିଦର୍ଶନରେ ଯାଇ ସେଠାକାର ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରି ସେମାନଙ୍କ ସୁଚିନ୍ତିତ ମତାମତ ଦେବା ପରେ ଏହାର ରିପୋର୍ଟ ଆଧାରରେ ଚିନି କଳର ପୁନରୁଦ୍ଧାର କରାଯିବ ।

ସୂଚନା ଯୋଗ୍ୟ, ଆସିକା ସମବାୟ ଚିନି କଳ ୧୯୫୬ ମସିହାରେ ସ୍ଥାପିତ ହୋଇଥିଲା। ୧୯୬୩ରେ ଏଠାରେ ଚିନି ଉତ୍ପାଦନ ଆରମ୍ଭ ହୋଇଥିଲା। ପରେ ଏହାର କ୍ଷମତା ବୃଦ୍ଧି ହୋଇ ଚିନି ସହ ଅନ୍ୟାନ୍ୟ ପଦାର୍ଥ ମଧ୍ୟ ଉତ୍ପାଦନ କରାଯାଉଛି। ତେବେ ବର୍ତ୍ତମାନ ଏହା ଲାଭଜନକ ସ୍ଥିତିରେ ନାହିଁ। ତେଣୁ ଏହାର ପୁନରୁଦ୍ଧାର ପାଇଁ ପଦକ୍ଷେପ ନେବା ପାଇଁ ନୂଆ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ବୈଠକରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତ କରଣ ତଥା ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅବକାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ହସ୍ତ ତନ୍ତ, ବୟନ, ହସ୍ତ ଶିଳ୍ପ ଓ ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ ଓ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ଆସିକା ବିଧାୟକ ଶ୍ରୀ ସରୋଜ କୁମାର ପାଢୀ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଅର୍ଥ, କୃଷି, ସମବାୟ ତଥା ଅବକାରୀ ବିଭାଗ ସଚିବ ଏବଂ ଗଞ୍ଜାମ ଜିଲ୍ଲାପାଳ ବୈଠକରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ