assembly odisha ୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ ସଦସ୍ୟ ଓ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଛି। ବିଧାନସଭା ସଚିବ ସତ୍ୟବ୍ରତ ରାଉତ ସଂସଦୀୟ ବ୍ୟାପାର ବିଭାଗ ପ୍ରମୁଖ ସଚିବଙ୍କୁ ଅଗଷ୍ଟ ୨୪ରେ ପ୍ରଦାନ କରିଥିବା କ୍ୟାଲେଣ୍ଡର ଅନୁଯାୟୀ, ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବାକୁଥିବା ଏହି ମୌସୁମୀ ଅଧିବେଶନ ମାତ୍ର ୯ ଦିନ ଚାଲିବ। ୨୨ରୁ ୨୪ ପର୍ଯ୍ୟନ୍ତ ଗୃହରେ ସରକାରୀ କାର୍ଯ୍ୟଦିବସ ରହିଥିବାବେଳେ ୨୫ ତାରିଖ ଶୁକ୍ରବାର ବେସରକାରୀ କାର୍ଯ୍ୟ ଅର୍ଥାତ୍‌ ବିଲ୍‌ ଓ ପ୍ରସ୍ତାବ ଉପରେ ଆଲୋଚନା ହେବ। ୨୬ ଏବଂ ୨୭ ସରକାରୀ ଛୁଟି ରହିଛି। ୨୮ରୁ ଅକ୍ଟୋବର ପହିଲା ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟଦିବସ ରହିଥିବାବେଳେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଅକ୍ଟୋବର ୨ ଛୁଟି ରହିଛି। ଅକ୍ଟୋବର ୩ ବିଧାନସଭାର ଶେଷଦିନ ରହିଥିବା ଜଣାଯାଇଛି। ବିଧାନସଭାର ଏହି ବିଜ୍ଞପ୍ତିକୁ ନେଇ ଏବେ ଶାସକ ଓ ବିରୋଧୀଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଗୋଟିଏ ପଟେ ବିରୋଧୀ ବିଜେଡି ଏବଂ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କ ଏମ୍‌ଏମ୍‌ଡିଆର୍‌ ବିଲ୍‌-୨୦୨୬କୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡାକିବା ପାଇଁ ଉଭୟ ଦଳର ନେତା ବାଚସ୍ପତିଙ୍କୁ ପତ୍ର ଲେଖି ଅବଗତ କରାଇଥିଲେ। ମାତ୍ର ସରକାରଙ୍କ ପକ୍ଷରୁ ଏହାକୁ ଅଗ୍ରାହ୍ୟ କରାଯାଇଥିଲା। ତେବେ ବିଧାନସଭାର ଆସନ୍ତା ଅଧିବେଶନଟି ସ୍ବଳ୍ପ ହୋଇଥିଲେ ମଧ୍ୟ ବହୁ ଗୁରୁତ୍ୱ ବହନ କରିବ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ