କଂଗ୍ରେସ ଏବେ ପକ୍ଷାଘାତର ଶିକାର ହୋଇଛି: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: କଂଗ୍ରେସ ଦଳର ସତା ଏବେ ହଜିବାରେ ଲାଗିଛି । ସମଗ୍ର ଦେଶରେ କଂଗ୍ରେସ ଏବେ ପକ୍ଷାଘାତର ଶିକାର ହୋଇଛି । ଏପରିକି ନିଜେ ଚାଲିବାର କ୍ଷମତା ହରାଇ ସାରିଛି । ଏବେ ଛୋଟ ଛୋଟ ଆଂଚଳିକ ଦଳର ଆଶାବାଡିକୁ ଧରି କଂଗ୍ରେସ ଚାଲିବାକୁ ଉଦ୍ୟମ କରୁଛି । ତଥାପି ପ୍ରକୃତି ଛାଡୁନାହିଁ । କଥାରେ ଅଛି ମଣିଷ ପକୃତି ମଲେ ତୁଟେ । ସେହିପରି କଂଗ୍ରେସ ଦଳ ସମ୍ପୂର୍ଣ୍ଣ ନିଶ୍ଚିହ୍ନ ହେବାପରେ ଯାଇ ଏହି ପ୍ରକୃତି ଛାଡ଼ିବ ବୋଲି ଆଶା କରାଯାଉଛି । କଂଗ୍ରେସ ଏବେ ଯେଉଁ ଅବସ୍ଥାରେ ଅଛି ଏଭିଳିସ୍ଥିତିରେ ଦଳ ତଳକୁ ତଳ ଯିବ ସିନା ଉପରକୁ ଉଠିପାରିବ ନାହିଁ ବୋଲି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତା ତଥା ଆଇନ୍ ଓ ପୂର୍ତବିଭାଗ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । ଶ୍ରୀ ହରିଚନ୍ଦନ କହିଛନି ଯେ, ଦେଶ ସ୍ୱାଧୀନତା ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ ଡିଜି ସମ୍ବିଳନୀ ଅନୁଷ୍ଠିତ ହେଉଛି । ଏହା ରାଜ୍ୟ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, ମାନବ୍ୟର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କଠାରୁ ଆରମ୍ଭ କରି ଦେଶର ବରିଷ୍ଠ ନେତୃତ୍ୱ, ବିଭିନ୍ନ ପ୍ରଦେଶର ଡିିଜି, ଆଇଜି, ବିଭିନ୍ନ ସୁରକ୍ଷା ବାହିନୀର ମୁଖ୍ୟମାନେ ଯୋଗଦେଇଛନ୍ତି । ବୈଠକରେ ଦେଶର ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ ଆହୁରି ଅଧିକ କିପରି ଉନ୍ନତ କରାଯାଇପାରିବ, ଅପରାଧ କିପରି ନିୟନ୍ତ୍ରଣ କରାଯାଇପାରିବ ସେ ବିଷୟରେ ଆଲୋଚନା ଚାଲିଛି । ଏନେଇ ସମଗ୍ର ଦେଶର ନଜର ଏବେ ଓଡ଼ିଶା ଉପରେ ରହିଛି । ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ କଂଗ୍ରେସ ଓ ତାର ଛାମୁଆ ସଙ୍ଗଠନଗୁଡ଼ିକର ବାଚାଳାମି ଆରମ୍ଭ ହୋଇଛି । ଏଥରୁ ଅନୁମାନ ହେଉଛି କି କଂଗ୍ରେସ ଦଳର ଜିନ୍‌ରେ ଖରାପ ଗୁଣବତା ପଶିବା ଆରମ୍ଭ କରିଛି । ଜଣେ ଲୋକର ଚରିତ୍ର ପରବର୍ତନ ହେଲେ ଯେପରି ବିଲକ୍ଷଣ ଦେଖିବାକୁ ମିଳେ, ଠିକ୍ ସେଭଳି ପରିବର୍ତନ ଏବେ କଂଗ୍ରେସରେ ଦେଖିବାକୁ ମିଳୁଛି ।

କଂଗ୍ରେସ ଏବେ ସମ୍ପୂର୍ଣ୍ଣ ଦେଶ ବିରୋଧି ତତ୍ୱ ହେବାକୁ ଆରମ୍ଭ କରିଛି । ବିଦେଶରେ ଯଦି କେହି ଦେଶ ବିରୋଧି କଥା କହିଲେ, ଦେଶର ପ୍ରଧାନମନ୍ତ୍ରୀଙ୍କୁ ସମାଲୋଚନା କଲେ ଓ ଦେଶର ବିକାଶ ବିରୋଧରେ କହିଲେ ତାହା କଂଗ୍ରେସକୁ ସୁହାଉଛି । ଏଭଳି ଟିପ୍ପଣୀକୁ ନେଇ କଂଗ୍ରେସ ଦେଶରେ ଆନ୍ଦୋଳନ କରି ଜନସାଧାରଣଙ୍କୁ ଭୂଆଁ ବୁଲାଇବାକୁ ଉଦ୍ୟମ କରୁଛି । ଦେଶର କୌଣସି ବିକାଶର କଥା ଉଠିଲେ ଏହାର ପ୍ରତିଟି ପର୍ଯ୍ୟାୟକୁ ବିରୋଧ କରୁଛି । ବିକାଶ ବିରୋଧରେ ଅନବରତ ୩୬୫ ଦିନ କହିବାରେ ଲାଗିଛି । କଂଗ୍ରେସ ଦଳ ଏବେ ଲୋକ ବିରୋଧୀ ହୋଇଯାଇଛି । ଦେଶ ଏବଂ ଓଡ଼ିଶାର ଲୋକେ କ’ଣ ଚାହୁଁଛନ୍ତି ସେଥିପ୍ରତି କଂଗ୍ରେସ ଦଳର ନଜର ନାହିଁ । ପ୍ରଧାନମନ୍ତ୍ରୀ ମୋଦିଜୀ ଆମ ରାଜ୍ୟରେ ୩ ଦିନ ପାଇଁ ରହିବା ଏହା ସମସ୍ତଙ୍କ ପାଇଁ ଗୌରବର ବିଷୟ । ଆଗାମୀ ଦିନରେ ଓଡ଼ିଶାର ବିକାଶରେ ଏହା ଏକ ନୂଆ ଫର୍ଦ୍ଦ ହୋଇ ଯୋଡ଼ି ହେବାକୁ ଯାଉଛି । ମାତ୍ର କଂଗ୍ରେସ ଏହା ବିରୋଧରେ ସ୍ୱର ଉତୋଳନ କରିବା ଆରମ୍ଭ କରିଛି । ଏଥିରେ ସ୍ପଷ୍ଟ ହୋଇଛି ଯେ, ୩ଟି ଖରାପ୍ ତତ୍ୱ କଂଗ୍ରେସର ଜିନ୍‌କୁ ଏବେ ପଶି ଆସଛି । ସେଗୁଡ଼ିକ ହେଲା, ଦେଶ ବିରୋଧୀ, ବିକାଶ ବିରୋଧୀ ଓ ଲୋକ ବିରୋଧୀ । ସାରା ଦେଶ ଯେତେବେଳେ ଓଡ଼ିଶା ଉପରେ ଦୃଷ୍ଟି ନିକ୍ଷେପ କରିଛି ଏଭଳି ସମୟରେ ପ୍ରଧାନମନ୍ତ୍ରୀ, ଗୃହ ମନ୍ତ୍ରୀଙ୍କ ବିରୋଧରେ ଖରାପ ମନ୍ତବ୍ୟ ଦେଇ ନିଜଦଳକୁ ଧ୍ୱଂସ ଅଭିମୁଖେ ଟାଣି ନେଉଛି । ଏଭିଳ ଘଟଣା ସ୍ୱାଧୀନତା ପ୍ରାପ୍ତିଠାରୁ ଆଜି ପର୍ଯ୍ୟନ୍ତ କେବେ ଦେଖିବାକୁ ମିଳି ନଥିଲା ।

ଶ୍ରୀ ହରିଚନ୍ଦନ କଂଗ୍ରେସକୁ ପରାମର୍ଶ ଦେଇଛନ୍ତି ଯେ, ବଳିଦାନକୁ ଆଧାର କରି ଦେଶ ସ୍ୱାଧୀନତା ପାଇଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ନେତୃତ୍ୱରେ ଦେଶ ଆଜି ବିକାଶର ପଥରେ ଆଗେଇ ଚାଲିଛି । ୧୯୪୭ରୁ ଏପର୍ଯ୍ୟନ୍ତ ଏକ ଲମ୍ବା ଯାତ୍ରା ପରେ ଦେଶ ଆଜି ବିକାଶର ଯାତ୍ରାକୁ ଯିବା ଆରମ୍ଭ କରିଛି । ୨୦୪୭ ସୁଦ୍ଧା ଦେଶକୁ ସମ୍ପୂର୍ଣ୍ଣ ବିକଶିତ କରିବା ପାଇଁ ମୋଦିଜୀଙ୍କ ସରକାର ପ୍ରୟାସ ଜାରି ରଖିଛନ୍ତି । ଓଡ଼ିଶାରେ ମୋହନ ମାଝିଙ୍କ ସରକାର ମଧ୍ୟ ଏନେଇ ପ୍ରଚେଷ୍ଟା ଜାରି ରଖିଛନ୍ତି । ଏଭଳିସ୍ଥିତିରେ ଅସହିଷ୍ଣୁତା ଦେଖାଇଲେ ଚଳିବ ନାହିଁ । ଏଥିପାଇଁ ଆମେ ସମସ୍ତ ଜନସାଧାରଣଙ୍କ ସହଭାଗିତା ମାଗିଛୁ । ଏଥିପାଇଁ ସୁଧିରିଯିବାର ଆବଶ୍ୟକତା ଅଛି । ବହୁ ଲୋକଙ୍କ ବଳିଦାନରେ ତିଆରି ହୋଇଥିବା ଦେଶକୁ ଅପନିନ୍ଦିତ କରିବାକୁ କାହାରିକୁ ସୁଯୋଗ ଦିଆଯିବନାହିଁ । କଂଗ୍ରେସ ଦଳର ଯେଉଁ ଛାମୁଆ ସଂଗଠନ ଏଭଳି କାର୍ଯ୍ୟ କରୁଛନ୍ତି ତାଙ୍କ ଦଳର ଶୀର୍ଷ ନେତୃତ୍ୱ ଏଥିପ୍ରତି ନଜର ଦିଅନ୍ତୁ । କଂଗ୍ରେସ ନିଜକୁ ଆହୁରି ଧ୍ୱଂସ ଆଡ଼କୁ ନନେଇ ଅନ୍ତତଃ ବଂଚିବାର ପ୍ରୟାସ କେମିତି ହେବ ସେ ବାବଦରେ ଚିନ୍ତା କରିବା ଜରୁରୀ । ଏହି ସାମ୍ବାଦିକ ସମ୍ବିଳନୀ ରାଜ୍ୟ ମୁଖପାତ୍ର ଶ୍ରୀ ଦିଲୀପ ମଲ୍ଲିକ ଉପସ୍ଥିତ ଥିଲେ ।

  • Related Posts

    ନିଆଁ ଲାଗି ମହିଳା ମୃତ

    ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ରଥୀପୁର ଗାଁରେ ଅଘଟଣ । ନିଆଁ ଲାଗି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାଁ ରୀନା ପ୍ରଧାନ ବୋଲି ଜଣାପଡିଛି । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌…

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସି ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ