ନୂଆବର୍ଷ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ

ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ନିଜର ପ୍ରଥମ ଇଂରାଜୀ ନୂଆବର୍ଷକୁ ପାଳନ କରିବେ ନାହିଁ। ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉଭୟ ଆଜି ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ଆଜି ଏସମ୍ପର୍କରେ ସୂଚନା ଦେଇ କହିଛି ଯେ, ଆସନ୍ତା ଇଂରାଜୀ ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କୌଣସି ଉତ୍ସବ ଓ ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ଯୋଗୁ ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି । ସେହିପରି ଅଦିନିଆ ବର୍ଷା ଯୋଗୁ ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ଫସଲ ହାନି ହୋଇଛି । ତେଣୁ ଶୁଭେଚ୍ଛୁ ଓ ହିତାକାଂକ୍ଷୀମାନେ ନବବର୍ଷରେ କୌଣସି ପ୍ରକାରର ଫୁଲତୋଡ଼ା, ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନେଇ ନଆସିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଛନ୍ତି।

ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ନୂଆବର୍ଷ ପାଳିବେ ନାହିଁ ବୋଲି ସୂଚନା ଦେଇଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ପାଇଁ ଦେଶରେ ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି । ଏହି ରାଷ୍ଟ୍ରୀୟ ଶୋକକୁ ସମ୍ମାନ ଜଣାଇ ସରକାରୀ ନିୟମ ଅନୁସାରେ କୌଣସି ପ୍ରକାରର ଉତ୍ସବ ପାଳନ କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି । ତେଣୁ ନବବର୍ଷରେ ତାଙ୍କ ନିକଟକୁ କୌଣସି ପ୍ରକାରର ଫୁଲତୋଡ଼ା, ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନନେଇ ଆସିବାକୁ ଶ୍ରୀମତୀ ପରିଡ଼ା ଅନୁରୋଧ କରିଛନ୍ତି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ