ପ୍ରଧାନମନ୍ତ୍ରୀ,କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ

ଭୁବନେଶ୍ୱର: ଉଭୟ ବୀମା କରିଥିବା ଓ କରିନଥିବା ଚାଷୀମାନଙ୍କୁ ଫସଲ କ୍ଷୟକ୍ଷତି ସହାୟତା ଦିଆଯିବ। ବୀମା କରିଥିବା ଚାଷୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ଡିସେମ୍ବର ୨୯ ଥିଲା ଶେଷ ତାରିଖ। ଏହାର ଅବଧିକୁ ଆଉ ତିନି ଦିନ ବୃଦ୍ଧି କରାଯାଇଛି। ଅର୍ଥାତ ଜାନୁଆରୀ ପହିଲା ଯାଏ ବୀମାଭୁକ୍ତ ଚାଷୀ ସୂଚନା ଦେଇପାରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି।
ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ଦେବାପାଇଁ ଯୋଜନା କରିଛନ୍ତି। ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲା ପରିଦର୍ଶନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କ୍ଷୟକ୍ଷତି ଆକଳନ କରିଛନ୍ତି। ଅନ୍ୟ ମନ୍ତ୍ରୀମାନେ ମଧ୍ୟ କ୍ଷତିଗ୍ରସ୍ତ ଅଞ୍ଚଳକୁ ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚାଷୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ଅବଧିକୁ ଆଉ ତିନି ଦିନ ପାଇଁ ବୃଦ୍ଧି କରିଛନ୍ତି। ତେଣୁ ଚାଷୀମାନେ ବର୍ତ୍ତମାନ ୨୦୨୫ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇ ପାରିବେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରଣାଳୟକୁ ଏହି ଅବଧି ବଢାଇବାକୁ ଅନୁରୋଧ କରାଯାଇଥିଲା। ଓଡ଼ିଶାର ଚାଷୀମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କର ଏହି ସହାନୁଭୂତିଶୀଳ ମନୋଭାବ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନଙ୍କୁ ଧନ୍ୟବାଦ ଦେଇଛନ୍ତି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ