ମୁଖ୍ୟ ସଚିବ-ଆଇଟିଇଇଏସ୍ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ବୈଠକ

ଭୁବନେଶ୍ୱର: ସିଙ୍ଗାପୁରସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ ଏଜୁକେସନ ଆଣ୍ଡ ଏଜୁକେସନ ସର୍ଭିସେସ୍ (ଆଇଟିଇଇଏସ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁରେଶ ନଟରାଜନଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଆଜି ଓଡ଼ିଶା ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ସାକ୍ଷାତ କରିବା ସହ ଏକ ବୈଠକରେ ଯୋଗଦେଇଥିଲେ। ସେମିକଣ୍ଡକ୍ଟର ଶିଳ୍ପର ବ୍ୟାପକତା ଏବଂ କ୍ରମାଗତ ଭାବେ ବୃଦ୍ଧି ପାଉଥିବା ପ୍ରଯୁକ୍ତିବିଦ୍ୟାକୁ ଶକ୍ତି ଯୋଗାଇବାର ଗୁରୁତ୍ୱ ଦୃଷ୍ଟିରୁ ଉଭୟ ଓଡ଼ିଶା ତଥା ସମଗ୍ର ଦେଶରେ ସେମିକଣ୍ଡକ୍ଟର ଏବଂ ଆନୁଷଙ୍ଗିକ କ୍ଷେତ୍ରରେ ଦକ୍ଷ ମାନବ ସମ୍ବଳର ବଢୁଥିବା ଚାହିଦାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ସୂଚନା ଓ ପ୍ରଯୁକ୍ତି ଏବଂ ଆଇଟି-ସକ୍ଷମ ସେବା ଏବଂ ସେମିକଣ୍ଡକ୍ଟର କ୍ଷେତ୍ରରେ ପ୍ରଶିକ୍ଷଣ ପାଇଁ ପ୍ରସ୍ତାବ ଅନୁଷ୍ଠିତ ବୈଠକରେ ଦିଆଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ସିଙ୍ଗାପୁର ଗସ୍ତ ବେଳେ ଆନ୍ତର୍ଜାତିକସ୍ତରୀୟ ଦକ୍ଷତା ବୃଦ୍ଧି ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଇଣ୍ଟର୍ଣ୍ଣମାନଙ୍କ ସହ ତାଙ୍କର ବାର୍ତ୍ତାଳାପ ଏବଂ ପରବର୍ତ୍ତୀ ସମୟରେ ନିକଟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସହିତ ଓଡ଼ିଶାର ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବଙ୍କ ଆଇଟିଇଇଏସ୍‌, ସିଙ୍ଗାପୁର ଗସ୍ତ ଏବଂ ଆଲୋଚନା ଆଧାରରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ସିଙ୍ଗାପୁରର ପ୍ରତିନିଧିଙ୍କ ସହ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶା ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଏନ୍‌.ବି.ଏସ୍‌.ରାଜପୁତ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ବିଶ୍ୱ ଦକ୍ଷତା କେନ୍ଦ୍ରର ମୁଖ୍ୟ ପରିଚାଳନା ଅଧିକାରୀ ପିନାକୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ