CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ଆବେଦନରେ ନିର୍ଦ୍ଦେଶ ଦେଇଥିବା ଅଧିକାରୀମାନଙ୍କ ବିରୋଧରେ କୋର୍ଟ ଅବମାନନା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଥିଲା। ଜଷ୍ଟିସ ଜୟମାଲ୍ୟ ବାଗ୍ଚୀ ଏବଂ ଜଷ୍ଟିସ ଭି. ମୋହନାଙ୍କ ଖଣ୍ଡପୀଠ ଏହାର ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ଯେ, ଯେଉଁଠାରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାର ଆଶଙ୍କା ରହିଛି, କେବଳ ସେହି ସ୍ଥାନଗୁଡ଼ିକରେ ବାରିକେଡ ଲଗାଯାଉ ଏବଂ ବାକି ସବୁ ସ୍ଥାନରୁ ବାରିକେଡ ହଟାଯାଉ, ଯାହାଫଳରେ ସାଧାରଣ ଲୋକଙ୍କ ଯାତାୟାତରେ କୌଣସି ଅସୁବିଧା ନ ହୁଏ। ମେଟ୍ରୋ ଏବଂ ଟ୍ରେନ ଚଳାଚଳ ମଧ୍ୟ ସୱାଭାବିକ କରାଯାଉ। ଇଣ୍ଟରନେଟ ସେବାକୁ ମଧ୍ୟ ପୁନଃ କାର୍ଯ୍ୟକ୍ଷମ କରାଯିବ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ମଙ୍ଗଳବାର ଦିନ ହେବ।

କୋର୍ଟ ଅବମାନନା ଆବେଦନ ଏବଂ ବେଆଇନ ଅଟକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହ କେନ୍ଦ୍ର ସରକାର ଶପଥପାଠ (ହାଲଫନାମା) ଦାଖଲ କରି ଜଣାନ୍ତୁ ଯେ କାହିଁକି ତାଙ୍କ ବିରୋଧରେ ଅବମାନନା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ଗୋଟିଏ ର୍ନିଦ୍ଦିଷ୍ଟ ଅଞ୍ଚଳର ସମସ୍ତ ମେଟ୍ରୋ ଷ୍ଟେସନକୁ କ’ଣ ବନ୍ଦ କରାଯାଇଥିଲା? ସୁପ୍ରିମକୋର୍ଟ ଦିଲ୍ଲୀ ପୋଲିସକୁ ମଧ୍ୟ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଟ୍ରେନ ଏବଂ ମେଟ୍ରୋ ବନ୍ଦ କରିବା ସହ ଜଡ଼ିତ ଅଧିକାରୀମାନଙ୍କୁ ମଧ୍ୟ ନୋଟିସ ପଠାଯାଇଛି। ସୁପ୍ରିମକୋର୍ଟ କହିଛନ୍ତି ଯେ ଆମ ନିର୍ଦ୍ଦେଶକୁ ଉଲ୍ଲଂଘନ କରାଯାଇଛି। ପ୍ରାୟ ୭୦୦୦ ଲୋକଙ୍କୁ ବେଆଇନ ଭାବେ ଅଟକ ରଖାଯାଇଥିଲା। ଇଣ୍ଟରନେଟ, ରାସ୍ତାଘାଟ, ମେଟ୍ରୋ ଷ୍ଟେସନ ଏବଂ ଟ୍ରେନ ଚଳାଚଳ ବନ୍ଦ କରାଯାଇଥିଲା, କିନ୍ତୁ ଦିଲ୍ଲୀ ପୋଲିସ ନା ବାରିକେଡିଂ କରିପାରିବ, ନା ଇଣ୍ଟରନେଟ ବନ୍ଦ କରିପାରିବ।

  • Related Posts

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ। ରୋଗୀଙ୍କୁ ବ୍ୟବହାର କରି ନିଜର ପ୍ରଚାର ପ୍ରସାର କରିପାରିବେନି ଡାକ୍ତର। ନିଜକୁ ‘ନମ୍ବର ୱାନ୍’ କିମ୍ବା ‘ବେଷ୍ଟ ଡାକ୍ତର’ କହି ରୋଗୀଙ୍କୁ କରିପାରିବେନି ଆକର୍ଷିତ। ରୋଗୀଙ୍କୁ ଆକୃଷ୍ଟ କରିବାକୁ AIରେ ତିଆରି ପ୍ରମୋସନାଲ୍ କଣ୍ଟେଣ୍ଟ,…

    Continue reading
    ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଦିଲ୍ଲୀରେ ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖ

    ଦିଲ୍ଲୀରେ ସ୍ଥିତି ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖିବାକୁ କହିଛନ୍ତି କୋର୍ଟ । ଆଇନଶୃଙ୍ଖଳା କିମ୍ବା ଟ୍ରାଫିକ୍‌ ସମସ୍ୟା ନଥିଲେ ରାସ୍ତାରେ ଲାଗିଥିବା ବ୍ୟାରିକେଡ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ