ଦଲାଲଙ୍କ ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ସମୀକ୍ଷା ବେଳେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଏବଂ ଚାଷୀ ମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମଣ୍ଡିରେ ଚାଷୀମାନଙ୍କ ପାଇଁ ଖାଦ୍ୟ, ପାଣି ଓ ଟଏଲେଟର ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛନ୍ତି। ଦଲାଲମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ନୂଆ ସରକାର ଗଠନର ଛଅ ମାସ ପୂରଣ ହେଉଛି। ପିଏମ୍‌ କିଷାନ ଓ ସିଏମ୍‌ କିଷାନ ସହିତ ୮୦୦ ଟଙ୍କା ଇନ୍‌ପୁଟ ସହାୟତାରେ ଧାନ କିଣା ବ୍ୟବସ୍ଥା ଚାଷୀଙ୍କ ସଶକ୍ତୀକରଣ କ୍ଷେତ୍ରରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ। ଏହା ଦ୍ବାରା ୧୭ ଲକ୍ଷରୁ ଅଧିକ ଚାଷୀ ଲାଭବାନ ହୋଇପାରିବେ। ଏଣୁ, ଧାନ ସଂଗ୍ରହ କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ଭାବେ ଦକ୍ଷତାର ସହିତ ତ୍ରୁଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରାଯିବା ଆବଶ୍ୟକ। କୌଣସି ପରିସ୍ଥିତିରେ ଚାଷୀମାନେ କୌଣସି ଅସୁବିଧାର ସମ୍ମୁଖୀନ ହେବା ଉଚିତ୍‌ ନୁହେଁ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ତ୍ରୁଟିଶୂନ୍ୟ ଧାନ ସଂଗ୍ରହ ପାଇଁ ବ୍ୟବସ୍ଥା ଗ୍ରହଣ, ମନିଟରିଂ, ଚାଷୀଙ୍କ ସମସ୍ଯାର ତୁରନ୍ତ ସମାଧାନ, ଚାଷୀମାନଙ୍କ ପାଇଁ ମଣ୍ଡି ନିକଟରେ କ୍ୟାଣ୍ଟିନ୍‌, ପାନୀୟ ଜଳ ଓ ଶୌଚାଳୟର ବ୍ୟବସ୍ଥାକୁ ଗୁରୁତ୍ଵ ଦେବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ଚାଷୀଙ୍କ ସଶକ୍ତିକରଣ ଆମ ସରକାରର ଦାୟିତ୍ଵ ଏବଂ ଲକ୍ଷ୍ୟ, ଏହାକୁ ଗୁରୁତ୍ଵ ଦେଇ ଆମ ସରକାର କାର୍ଯ୍ୟ କରୁଛନ୍ତି।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ