cm mohan majhi ୨୭ରେ ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର/ଗୋପାଳପୁର : ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୨୭ ତାରିଖରେ ଗୋପାଳପୁର ନିର୍ବାଚନମଣ୍ଡଳୀ ଧବଳେଶ୍ୱର ପୀଠକୁ ଆସିବେ । ବିସ୍ଥାପିତଙ୍କୁ ପଟ୍ଟା ବଣ୍ଟନ ସହ ସାଧାରଣ ସଭାରେ ଜନସାଧାରଣଙ୍କୁ ସମ୍ବୋଧିତ କରିବେ । ଦୁଇ ବର୍ଷରେ ଗଞ୍ଜାମର ବିକାଶମୂଳକ କାର୍ଯ୍ୟ ଏବଂ ଆଗକୁ ଯୋଜନା ଥିବା ବହୁ ପ୍ରକଳ୍ପ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ।

ଏହି ଗସ୍ତକୁ ସଫଳ, ସୁରକ୍ଷିତ ଓ ସୁବ୍ୟବସ୍ଥିତ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମଙ୍ଗଳବାର ଧବଳେଶ୍ୱର ମନ୍ଦିର ପରିସର ଏବଂ ଗୋପାଳପୁରସ୍ଥିତ ଆର୍ମି ଏୟାର ଡିଫେନ୍‌ସ କଲେଜ୍‌କୁ ଯାଇ ସମୀକ୍ଷା କରିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଏସ୍‌ପି ଡା. ସରବଣା ବିବେକ ଏମ୍‌, ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର ଜେନା, ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାରଙ୍କ ସମେତ ବିଭାଗୀୟ ଅଧିକାରୀ ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ