ଜିଲ୍ଲା ବୁଲି ବର୍ଷା କ୍ଷୟକ୍ଷତି ଆକଳନ କରିବେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଗତ ୨୦ ତାରିଖ ଠାରୁ ୨୮ ତାରିଖ ମଧ୍ୟରେ ବର୍ଷା ଯୋଗୁଁ ଫସଲ କ୍ଷୟକ୍ଷତି ହୋଇଛି। ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଯୋଗୁଁ ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି। ରାଜ୍ୟ ସରକାର ଚାଷୀମାନଙ୍କୁ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲା ଗସ୍ତରେ ଯାଇ କ୍ଷତିଗ୍ରସ୍ତ ଧାନ ‌କ୍ଷେତ ବୁଲିବେ ଏବଂ ଚାଷୀ ଓ ସ୍ଥାନୀୟ ପ୍ରଶାସନ ସହିତ ଆଲୋଚନା କରିବେ। ସେ ନୟାଗଡ଼ର ରଣପୁର, ଗଜପତିର ଗୋଷାଣୀ ବ୍ଲକ ଗଞ୍ଜାମର ରଙ୍ଗେଇଲୁଣ୍ଡା ଓ ଛତ୍ରପୁର ବ୍ଲକ ଗସ୍ତ କରିବେ। ସେହିପରି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କଟକ ଏବଂ ଜଗତସିଂହପୁର, ପ୍ରଭାତୀ ପରିଡ଼ା ଭଦ୍ରକ ଓ ବାଲେଶ୍ବର, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କେନ୍ଦ୍ରାପଡ଼ା ଓ ଯାଜପୁର ଏବଂ ବୟନମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଖୋର୍ଦ୍ଧା ଜିଲ୍ଲା ବୁଲିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଅଦିନିଆ ବର୍ଷା ପାଇଁ ଖରିଫ ଫସଲ ନଷ୍ଟ ହୋଇଛି। ଗତ ୨୦ ତାରିଖଠାରୁରୁ ୨୮ ତାରିଖ ମଧ୍ୟରେ ଅଦିନିଆ ବର୍ଷା ହୋଇଛି। ୩୦ତାରିଖ ଭିତରେ କ୍ଷୟକ୍ଷତି ସଠିକ ଆକଳନ ସରିବ। ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ। ବିଭାଗୀୟ ଅଧିକାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ବୀମା କମ୍ପାନିଙ୍କୁ ସହାୟତା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତାକାଲି ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀ ସୂଚନା ଦେବାକୁ ଅରୁରୋଧ କରିଛି। କୃଷି ରକ୍ଷକ ପୋର୍ଟାଲରେ କ୍ଷତିଗ୍ରସ୍ତ ଚାଷୀ ପଞ୍ଜିକରଣ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ