
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୨୦ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଚାଲିଛି। ଅନଲାଇନରେ ପଞ୍ଜୀକରଣ କରିଥିବା ଏକ ହଜାର ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ। ମନ୍ତ୍ରୀ ସୁରେଶ ପୂଜାରୀ, କୃଷ୍ଣ ଚନ୍ଦ୍ର ମହାପାତ୍ର, ଗଣେଶ ରାମ ସିଂ ଖୁଣ୍ଟିଆ ଓ ଅନ୍ୟ ମନ୍ତ୍ରୀ ମାନେ ମଧ୍ୟ ଉପସ୍ଥିତ ଅଛନ୍ତି।
ଭୁବନେଶ୍ୱର ୟୁନିଟ-୨ରେ ଚାଲିଛି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ ସ୍ୱତନ୍ତ୍ର ପ୍ରକୋଷ୍ଠ କରାଯାଇଛି। ଯେଉଁଠି ସିଧା ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ ଆଲୋଚନା କରନ୍ତି।




