୬୯ତମ ପୋଲିସ ଡ୍ୟୁଟି ମିଟ୍‌-୨୦୨୪ ଉଦ୍‌ଯାପିତ

କଟକ: ଅପରାଧୀମାନେ ଆଜିକାଲି ନୂଆନୂଆ ଉପାୟ ଅବଲମ୍ବନ କରିବାରେ ଲାଗିଛନ୍ତି। ଏଭଳି ପରିସ୍ଥିତରେ ପୁଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ ବୋଲି ଆଜି କଟକରେ ୬୯ତମ ପୁଲିସ ଡ୍ୟୁଟି ମିଟ୍ ୨୦୨୪ର ଉଦଯାପନୀ ସମାରୋହରେ ପୁଲିସ ବାହିନୀକୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥିପାଇଁ ପୁଲିସ ବଳର ଆଧୁନିକୀକରଣ, ପେୁଲିସ ବ୍ୟବସ୍ଥାରେ ସଂସ୍କାର, ପୁଲିସ ଅନୁସନ୍ଧାନ ପାଇଁ ଭିତ୍ତିଭୂମି ଏବଂ ପ୍ରଶିକ୍ଷିତ ମାନବ ସମ୍ବଳର ନିତାନ୍ତ ଜରୁରୀ। ନହେଲେ, ଏକ ଅର୍ଦ୍ଧ-ପ୍ରସ୍ତୁତ ପୁଲିସ ବଳ ଅପରାଧୀଙ୍କୁ ଧରି ଦଣ୍ଡବିଧାନ କରିବା କାଠିକର ପାଠ ହୋଇଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପୁଲିସ ବିଭାଗର ଆଧୁନିକୀକରଣକୁ ସରକାର ସର୍ବୋଚ୍ଚ ପ୍ରାଧାନ୍ୟ ଦେଇ ଆସୁଛନ୍ତି । ଆଗାମୀ ଦିନରେ ପୋଲିସ୍‌ର ବ୍ୟବହାର ପାଇଁ ସମଗ୍ର ରାଜ୍ୟରେ ଗାଡ଼ି ସଂଖ୍ୟା ବଢ଼ାଯିବ ଯାହାଦ୍ୱାରା ପୁଲିସ ପେଟ୍ରୋଲିଙ୍ଗ୍‌, ତଦନ୍ତ, ପୀଡିତ ପାଖରେ ପହଁଞ୍ଚିବା ସହିତ ଅପରାଧୀ ଧରିବା ବ୍ୟବସ୍ଥା ସୁଦୃଢ଼ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାରେ ଥିବା ଅସ୍ତରଙ୍ଗ, ବଳଙ୍ଗା ଏବଂ ଡେଲାଙ୍ଗ ପୋଲିସ ଷ୍ଟେସନର ନୂତନ ଗୃହର ଉଦଘାଟନ କରିଥିଲେ। ସେ କହିଥିଲେ ଯେ, ପୁଲିସ ବାହିନୀକୁ ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ ଶୀଘ୍ର ପୂରଣ କରାଯିବ। ପୁଲିସ ବାହିନୀର କାର୍ଯ୍ୟକ୍ଷମତାକୁ ବୃଦ୍ଧି କରିବା ପାଇଁ ପୋଲିସ ଥାନା ଗୁଡିକୁ ୯ ହଜାର ବାଇକ୍ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରତ୍ୟେକ ଥାନାକୁ ୬ଟି ଲେଖାଏଁ ବାଇକ୍ ଦିଆଯିବ। ଏଥିପାଇଁ ୩୫ କୋଟି ଟଙ୍କାର ବିଶେଷ ପ୍ରାବଧାନ କରାଯାଇଛି। ପୁଲିସ ବାହିନୀକୁ ସହଯୋଗ କରିବା ପାଇଁ ଗୃହରକ୍ଷୀ ପଦବୀ ପୂରଣ କରାଯିବ। ଖାଲି ଥିବା ଓ ନୂଆ ପଦବୀକୁ ମିଶାଇ ପ୍ରାୟ ୫ ହଜାର ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି କରାଯାଇଛି ବୋଲି ମଧ୍ୟ ଶ୍ରୀ ମାଝୀ କହିଥିଲେ । ଆଜିକାଲି ସାଇବର ଅପରାଧ ଆମ ସମସ୍ତଙ୍କ ପାଇଁ ଏକ ବଡ଼ ଆହ୍ୱାନ। ଏହାକୁ ଦୃଷ୍ଟିରେ ରଖି ଆମ ସରକାର ପୁଲିସ ବିଭାଗର ସାଇବର ସେଲକୁ ସୁଦୃଢ ଓ ଆଧୁନିକୀକରଣ କରିବା ପାଇଁ ସଂକଳ୍ପବଦ୍ଧ। ଏଥି ପାଇଁ ଆଗାମୀ ଦିନରେ ଯେଉଁ ଜିଲ୍ଲାରେ ସାଇବର ଥାନା ନାହିଁ ସେଠାରେ ସାଇବର ଥାନା ପ୍ରତିଷ୍ଠା କରାଯିବାର ଲକ୍ଷ୍ୟ ରଖାଯାଇଛି। ଏତଦବ୍ୟତୀତ ଭୁବନେଶ୍ୱରରେ ସାଇବର ଅପରାଧର ଉଚ୍ଚକୋଟୀର ତଦନ୍ତ ଓ ତଦାରଖ ପାଇଁ ରାଜ୍ୟସ୍ତରରେ ଏକ ସାଇବର ଅପରାଧ ଶାଖା ସୃଷ୍ଟି କରାଯିବ, ଯାହାର ଦାୟିତ୍ୱରେ ଜଣେ ବରିଷ୍ଠ ଅଧିକାରୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମହିଳା ହିଂସା ବିରୁଦ୍ଧରେ ଆମ ସରକାର ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରୁଛନ୍ତି ବୋଲି ମତ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ମଧ୍ୟ ମହିଳାମାନଙ୍କ ସୁରକ୍ଷାକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି। ଦୁର୍ଭାଗ୍ୟ ବଶତଃ ମୋଟ ଦଣ୍ଡବିଧାନ ହାର ଏବଂ ମହିଳା ହିଂସା ବିରୁଦ୍ଧରେ ଦଣ୍ଡବିଧାନ ହାର ସର୍ବ ଭାରତୀୟ ସ୍ତରରେ ଓଡିଶାର ସ୍ଥିତି ନୈରାଶ୍ୟ ଜନକଥିଲା । ସେ କହିଲେ ଯେ, ଏହାର ପ୍ରମୁଖ କାରଣ ହେଉଛି ବୃତ୍ତିଗତ ଢଙ୍ଗରେ ଅନୁସନ୍ଧାନ ନ ହେବା ଏବଂ ପୂର୍ବବର୍ତ୍ତୀ ସମୟରେ ରାଜନୈତିକ ଇଚ୍ଛାଶକ୍ତିର ଘୋର ଅଭାବ। ତେଣୁ, ଏହି ଦଣ୍ଡହାରକୁ ଜାତୀୟ ସ୍ତରକୁ ନେବାକୁ ହେବ। ଏଥିପାଇଁ ସରକାର ନିଜ ସ୍ତରରେ ଅଧିକ ମହିଳା କୋର୍ଟ ପ୍ରତିଷ୍ଠା କରୁଛନ୍ତି। ଚାରିଗୋଟି ଜିଲ୍ଲାରେ ମହିଳା କୋର୍ଟ ସ୍ଥାପନା ପାଇଁ ନୀତିଗତ ନିଷ୍ପତ୍ତି ନିଆଯାଇ ସରିଛି। ବର୍ତ୍ତମାନ, ପୁଲିସ ବୃତ୍ତିଗତ ଢଙ୍ଗରେ ବୈଜ୍ଞାନିକ ପଦ୍ଧତିରେ ଅନୁସନ୍ଧାନ କରି, ଅକାଟ୍ୟ ସାକ୍ଷ୍ୟ ପ୍ରମାଣ ସହିତ କୋର୍ଟରେ ଅଭିଯୋଗ ପତ୍ର ଠିକ ସମୟରେ ଦାଖିଲ କରାଯିବା ଉଚିତ୍‌। ନିକଟରେ ରାଜ୍ୟ ପୁଲିସ ବଳ କିଛି ବ୍ଲାଇଣ୍ଡଖ କେସର ସଫଳତାର ସହିତ ସମାଧାନ କରିବାରେ ସଫଳ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବଣାଇ ଏବଂ କଟକ କନ୍ଦରପୁର ହତ୍ୟାକାଣ୍ଡକୁ ପୁଲିସ ଖୁବ୍ ଶୀଘ୍ର ସଫଳତାର ସହ ସମାଧାନ କରିଛି। ସେ କହିଥିଲେ ଯେ, ସବୁ କେସରେ ଏପରି ପ୍ରଭାବୀ କାର୍ଯ୍ୟାନୁଷ୍ଠାନ ହେବା ଉଚିତ, ଯାହା ଫଳରେ ପୁଲିସ ପ୍ରତି ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇବ। ଆଗାମୀ ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମାଓ ବାଦୀ ଏବଂ ନକ୍ସଲ ହିଂସାକୁ ସମୂଳେ ନିପାତ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଓଡିଶାର କିଛି ଅଞ୍ଚଳ ଏହି ଆକ୍ସନ ପ୍ଲାନରେ ସାମିଲ ହୋଇଛି। ଏହି ହିଂସାକୁ ଦମନ କରିବା ପାଇଁ ପୁଲିସ ବଳ ସହିତ ବିଶେଷ ଜ୍ଞାନ, ନୂତନ ବୈଷୟିକ ଜ୍ଞାନକୌଶଳର ଆବଶ୍ୟକତା ରହିଛି, ଯାହା ଆଜି ପରି ଡ୍ୟୁଟି ମିଟ୍‌ରୁ ମିଳିପାରିବ ବୋଲି ସେ କହିଥିଲେ। ଯୋଜନାବଦ୍ଧ ଭାବେ ସମାଜରେ ଉନ୍ମାଦ କରିବା ପାଇଁ ଚେଷ୍ଟା କରୁଥିବା ଅପରାଧୀଙ୍କ ବିରୁଦ୍ଧରେ ଏମିତି କାର୍ଯ୍ୟାନୁଷ୍ଠାନ ନିଅନ୍ତୁ, ଯାହାଫଳରେ ପ୍ରତି ମୂହୁର୍ତ୍ତରେ ସେମାଙ୍କ ମନରେ ଭୟର ସଂଚାର ହେବ। ଏଭଳି ଅପରାଧୀଙ୍କୁ ପୂର୍ବରୁ ଯେଉଁ ସୁରକ୍ଷା ଦିଆଯାଉଥିଲା ସେପରି ଆଉ ହେବ ନାହିଁ। ଆଇନର ଗଣ୍ଡି ଭିତରେ ରହି ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀ ପୁଲିସକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କ୍ରାଇମବ୍ରାଞ୍ଚ ପକ୍ଷରୁ ନିୟମିତ ବ୍ୟବଧାନରେ ସ୍ୱତନ୍ତ୍ର ଅଭିଯାନ ଚଳାଇ ନିଶା କାରବାର ଜନିତ ସଂଗଠିତ ଅପରାଧ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଓଡ଼ିଶା ପୋଲିସ ପ୍ରମୁଖ ସଫଳତା ହାସଲ କରିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରକାର ପୋଲିସ ବଳ ସହିତ ଦୃଢ ଭାବେ ଛିଡା ହୋଇଛନ୍ତି। ସର୍ବ ଭାରତୀୟ ଊଏ/ଓଏ ସମ୍ମିଳନୀରେ, କେନ୍ଦ୍ର ସରକାର ଗଞ୍ଜାମ ଜିଲ୍ଲାର ପାଟପୁର ଥାନାକୁ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କରିଥିବାରୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ପୋଲିସ ଡ୍ୟୁଟି ମିଟ୍ ରେ ଅଂଶଗ୍ରହଣ କରି ସଫଳତା ହାସଲ କରିଥିବା ସମସ୍ତ ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ବିଜେତାମାନେ ଆଗାମୀ ଜାନୁଆରୀ ମାସରେ ଝାଡଖଣ୍ଡର ରାଞ୍ଚି ଠାରେ ହେବାକୁ ଥିବା ଇକ୍ଷକ୍ଷ ଓଦ୍ଭୟସବ ଚକ୍ଟକ୍ଷସମର ଊଙ୍କଗ୍ଧଚ୍ଚ ଗରରଗ୍ଧ ରେ ଭାଗ ନେବେ। ମନୋନୀତ ହୋଇଥିବା ଦଳର ସଦସ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିଲେ। ପରିଶେଷରେ ପୋଲିସ ନିଜର ‘ସେବା ଓ ସୁରକ୍ଷା’ ସ୍ଲୋଗାନକୁ କାୟ ମନୋବାକ୍ୟରେ ପାଳନ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ଏହି ଅବସରରେ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ, ସି.ଆଇ.ଡି, କ୍ରାଇମ ବ୍ରାଞ୍ଚ ବିନୟ ତୋଷ ମିଶ୍ର ଧନ୍ୟବାଦ୍ ଅର୍ପଣ କରି ପୁଲିସ ବାହିନୀର କାର୍ଯ୍ୟକ୍ରମ, ସଫଳତା ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ