ଅଦିନିଆ ବର୍ଷା ଜନିତ ଫସଲ ନଷ୍ଟ; ୩୦ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ

ଭୁବନେଶ୍ୱର: : ଗତ ୨୦ ତାରିଖରୁ ୨୮ ତାରିଖ ମଧ୍ୟରେ ରାଜ୍ୟରେ ହୋଇଥିବା ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ଯେପରି ଜଣେ ବି କ୍ଷତିଗ୍ରସ୍ତ ଚାଷୀ ସହାୟତାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଧ୍ୟାନ ଦେବାକୁ ହେବ । ଏଥିସହିତ ୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ ସହ ପ୍ରକୃତ କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ଚିହ୍ନଟ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ଶନିବାର ଲୋକସେବା ଭବନରେ ଅନୁଷ୍ଠିତ ବୈଠକ ଶେଷରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ବୀମା କରିଥିବା ଓ ବୀମା ନକରିଥିବା କ୍ଷତିଗ୍ରସ୍ତ ସମସ୍ତ ଚାଷୀଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ସହାୟତା ଯଥାଶୀଘ୍ର ଡିବିଟି ମାଧ୍ୟମରେ ଯୋଗାଇ ଦିଆଯିବ। ବୀମା କରିଥିବା ସମସ୍ତ ଚାଷୀ ଭାଇ ଓ ଭଉଣୀ ମାନେ ଯେପରି ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କ୍ଷୟ କ୍ଷତି ସଂପର୍କରେ ବୀମା କମ୍ପାନୀଙ୍କୁ ସୂଚନା ଦେବେ, ସେଥିପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ଦରକାର । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୨୬ ହଜାର ଚାଷୀ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇଛନ୍ତି । ଆସନ୍ତା କାଲି (ରବିବାର) ସୁଦ୍ଧା ସବୁ ବୀମାଭୁକ୍ତ ଚାଷୀମାନେ ନିଜର ଫସଲ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେବାକୁ ହେବ । ସେହିପରି ବିଭିନ୍ନ ଜିଲ୍ଲାର ପଞ୍ଜୀକୃତ ଚାଷୀ ଭାଇ ଓ ଭଉଣୀ ମାନେ ଅଦିନିଆ ବର୍ଷା ଜନିତ ସେମାନଙ୍କର ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତିର ସୂଚନା ତୁରନ୍ତ “କୃଷି ରକ୍ଷକ” ପୋର୍ଟାଲ ମାଧ୍ୟମରେ କିମ୍ବା ୧୪୪୪୭କୁ କଲ୍ କରି ଜଣାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ ପାଢୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ