ମାଲକାନଗିରିରେ ହେବ ସିମେଣ୍ଟ କାରଖାନା, ନିଯୁକ୍ତି ପାଇବେ ୨୦୦୦

ମାଲକାନଗିରିରେ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ। ୪୦୦୦ କୋଟି ଟଙ୍କା ବିନିଯୋଗରେ ସିମେଣ୍ଟ କାରଖାନା ପ୍ରତିଷ୍ଠା କରାଯିବ। ଏଥିରେ ୨୦୦୦ରୁ ଅଧିକ ଯୁବକ ଓ ଯୁବତୀ ନିଯୁକ୍ତି ପାଇବେ। ଆଜି ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ମାଲକାନଗିରି ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ସମୀକ୍ଷା ବୈଠକ ବସିଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଜିଲ୍ଲାର ସାଂସଦ, ବିଧାୟକ ଓ ପ୍ରଶାସନିକ ଅଧିକାରୀମାନେ ଯୋଗଦେଇଥିଲେ। ଜିଲ୍ଲାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଉପରେ ଆଲୋଚନା ହୋଇଥିଲା। ବୈଠକ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିଳ୍ପ ବିହୀନ ମାଲକାନଗିରି ଜିଲ୍ଲାର ଶିକ୍ଷିତ ବେକାର ଯୁବକ ଓ ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ। ୪୦୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ଜିଲ୍ଲାରେ ଗୋଟିଏ ସିମେଣ୍ଟ କାରଖାନା ପ୍ରତିଷ୍ଠା କରାଯିବ। ଏଥିରେ ୨୦୦୦ରୁ ଅଧିକ ଶିକ୍ଷିତ ଯୁବକ ଓ ଯୁବତୀ ପ୍ରତ୍ୟେକ୍ଷ ଏବଂ ପରୋକ୍ଷ ଭାବେ ନିଯୁକ୍ତି ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାର ଦକ୍ଷିଣରୁ ଉତ୍ତରକୁ ଯୋଡାଯିବ। ମାଲକାନଗିରି ଶେଷ ସୀମା ମୋଟୁରୁ ମୟୂରଭଞ୍ଜର ତିରିଂ ପର୍ଯ୍ୟନ୍ତ ୬ ଲାଇନ୍‌ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ। ରେଳ ଲାଇନ୍‌ ଓ ଏନ୍‌ଏଚ୍‌ କାମକୁ ତ୍ୱରାନ୍ୱିତ କରାଯିବ। ଆଗାମୀ ଦିନରେ ଜୟପୁରରୁ ମାଲକାନଗିରି ଓ ମାଲକାନଗିରିରୁ ଭଦ୍ରାଞ୍ଚଳମ୍‌କୁ ରେଳ ସଂଯୋଗ କରାଯିବ। ଏହାଦ୍ୱାରା ଜିଲ୍ଲାର ଆର୍ଥିକ ସ୍ଥିତି ସୁଧୁରିବା ସହ ସ୍ଥାନୀୟ ଯୁବକ ଯୁବତୀମାନେ ଉପକୃତ ହେବେ। ଜିଲ୍ଲାରେ ଚାଲିଥିବା ସମସ୍ତ ସରକାରୀ କାର୍ଯ୍ୟ ଗୁଡିକର ତରାନ୍ୱିତ ପାଇଁ ପ୍ରତି ୧୫ ଦିନ ଓ ମାସେରେ ଜିଲ୍ଲାର ଜିଲ୍ଲାପାଳ ଓ ଆରଡିସି କାର୍ଯ୍ୟର ସମୀକ୍ଷା କରିବେ। ସ୍ୱାଭିମାନ ଅଂଚଳରେ ଆଉ ଏକ ସେତୁ ନିର୍ମାଣ ସହ ଉପାନ୍ତ ଅଞ୍ଚଳକୁ ଯୋଗାଯୋଗର ବାଟ ଫିଟିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସମୀକ୍ଷା ବୈଠକ ପୂର୍ବରୁ ଆଜି ସକାଳେ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଗୁହାରୀ କରିବା ପାଇଁ ଅନେକ ଲୋକ ଆସିଥିଲେ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଜାଣିପାରିନଥିଲେ। ସେ ନିଜ ପ୍ରକୋଷ୍ଠକୁ ଲୋକଙ୍କୁ ନଡାକି, ସେମାନଙ୍କ ପାଖକୁ ଚାଲି ଯାଇଥିଲେ। ଆଉ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏଥିସହ ଖୁବଶୀଘ୍ର ସମସ୍ୟାର ସମାଧାନ କରିବ ବୋଲି ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କର ଏଭଲି ଲୋକାଭିମୁଖୀ କାର୍ଯ୍ୟ ପାଇଁ ଅଭିଯୋକାରୀମାନେ ଖୁବ୍‌ ପ୍ରଶଂସା କରିଛନ୍ତି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ