CPET ପରୀକ୍ଷା ଆବେଦନ ପାଇଁ ସମୟସୀମା ବୃଦ୍ଧି

ଭୁବନେଶ୍ୱର : Common PG Entrance Test (CPET) ପରୀକ୍ଷା ପାଇଁ ଆବେଦନ କରିବାର ସମୟ ସୀମା ବୃଦ୍ଧି। ଆବେଦନର ସମୟ ସୀମାକୁ ମାର୍ଚ୍ଚ ୧୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। CPET ପରୀକ୍ଷା ପାଇଁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୧୮ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ସାମ୍ସ (SAMS) ପୋର୍ଟାଲକୁ ଯାଇ ନିଜର ଫର୍ମ ପୂରଣ କରିପାରିବେ। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମସୟସୀମା ଅନୁସାରେ, CPET ପରୀକ୍ଷା ଆବେଦନ ପାଇଁ ମାର୍ଚ୍ଚ ୧୫ ତାରିଖ ଶେଷ ତାରିଖ ରହିଥିଲା। କିନ୍ତୁ, ଛାତ୍ରଛାତ୍ରୀମାନଙ୍କ ବୃହତ୍ତର ସ୍ୱାର୍ଥ ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଆବେଦନର ସମୟସୀମାକୁ ବୃଦ୍ଧି କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ସୂଚନାଯୋଗ୍ୟ ଯେ, ୨୦୨୬-୨୭ ଶିକ୍ଷାବର୍ଷରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। ଏପ୍ରିଲ ମାସ ୨୭ ତାରିଖରୁ ମେ’ ମାସ ୧୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ନାତକୋତ୍ତର ବିଷୟ ପାଇଁ CPET ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। CPET ପ୍ରବେଶିକା ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ଛାତ୍ରଛାତ୍ରୀମାନଙ୍କୁ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚୟନ କରାଯିବ।
ଏଥିସହ ଜୁଲାଇ ୧୦ ତାରିଖ ସୁଦ୍ଧା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମକୁ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ସଠିକ ସମୟରେ ସ୍ନାତକୋତ୍ତର ପାଠ୍ୟକ୍ରମର ପାଠପଢ଼ା ସମାପ୍ତ ହେବା ସହ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ। ଯାହାଦ୍ୱାରା ଓଡ଼ିଶାର ସମସ୍ତ ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।

  • Related Posts

    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading
    ଆଇପିଏସ୍ଆ ଶୀଷ ସିଂଙ୍କୁ ଓଡ଼ିଶା କ୍ୟାଡ଼ରକୁ ଫେରାଇଦେଲା କେନ୍ଦ୍ର

    ଭୁବନେଶ୍ୱର: ଓଡ଼ିଶା କ୍ୟାଡ଼ରର ଆଇପିଏସ୍ ଆଶୀଷ କୁମାର ସିଂଙ୍କୁ କେନ୍ଦ୍ର ସରକାର ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେଇଛନ୍ତି। କେନ୍ଦ୍ରୀୟ ଗୁଇନ୍ଦା ବିଭାଗ(ଆଇବି)ରେ ଡେପୁଟି ଡାଇରେକ୍ଟର ଭାବେ କାର୍ୟ୍ୟରତ ଥିବା ଶ୍ରୀ ସିଂଙ୍କୁ ତତ୍କାଳ ଅବ୍ୟାହତ ଦେଇ ଓଡ଼ିଶା କ୍ୟାଡ଼ରକୁ ଫେରିଯିବାକୁ ନିର୍ଦ୍ଦେଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ