ଆତଙ୍କୀ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ; ତନଘନା ଆରମ୍ଭ କଲା କ୍ରାଇମବ୍ରାଞ୍ଚ

ଖଲିସ୍ତାନୀ ଆତଙ୍କୀ ପନ୍ନୁ ର ଧମକପୂର୍ଣ୍ଣ ଇ-ମେଲ ଘଟଣାର ଯାଞ୍ଚ କରିଛି କ୍ରାଇମବ୍ରାଞ୍ଚ ସାଇବର ସେଲ। ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ମେଲ୍‌ର ସତ୍ୟତା ନେଇତଥ୍ୟ ସଂଗ୍ରହ କରି ଫେରିଛି। ଓଡ଼ିଆ ଓ ଇଂଲିଶରେ ଆସିଥିବା ଦୁଇଟି ମେଲ୍‌କୁ ନିରୀକ୍ଷଣ କରିଛି କ୍ରାଇମବ୍ରାଞ୍ଚ ଟିମ୍।

ଆଜି ସକାଳ ୯ଟା ୪ ମିନିଟ୍‌ରେ ଆତଙ୍କୀ ପନ୍ନୁ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ଏକ ଧମକପୂର୍ଣ୍ଣ ମେଲ ପଠାଇଥିଲା। ଏହି ମେଲଟି ଦେଖିବା ପରେ ଅକ୍ଷୟ କମିଶନରେଟ ପୁଲିସକୁ ଜଣାଇଥିଲେ। ପରେ ଏହି ଘଟଣାର ତନଘନା ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ ସାଇବର ସେଲ। ଆତଙ୍କୀ ପନ୍ନୁ ଏହି ମେଲ୍ ପଠାଇଛି ନାଁ ଏହା ପଛରେ କିଏ ? କେଉଁଠୁ ମେଲଟି ଆସିଛି ? ଆଇପି ଆଡ୍ରେସ ନେଇ ଯାଞ୍ଚ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଏଥିସହ ଖଲିସ୍ତାନୀ ଆତଙ୍କୀ ପନ୍ନୁ ଦେଇଥିବା ଧମକପୂର୍ଣ୍ଣ ମେସେଜରେ ଓଡ଼ିଆରେ ଥମ୍ବନେଲ୍ ନିଆଯାଇଥିଲା, ଯାହାକୁ ନେଇ ସନ୍ଦେହ ବଢ଼ିଥିଲା। ଏହାକୁ ନେଇ ମଧ୍ୟ କ୍ରାଇମବ୍ରାଞ୍ଚ ସାଇବର ସେଲ ପକ୍ଷରୁ ତନାଘନା କରାଯାଇଛି।

ଆତଙ୍କୀ ପନ୍ନୁ ପାଇଁ ଓଡ଼ିଶାରେ କିଏ କରୁଛି କାମ?, ପନ୍ନୁ ନାଁରେ ଆସିଥିବା ଇମେଲ୍ ପ୍ରକୃତରେ ସେ ପଠାଇଛି ନା ଆଉ କିଏ ପଠାଇଛି ? ରାଜ୍ୟରେ ଖଲିସ୍ତାନୀ ଆତଙ୍କୀଙ୍କ ସ୍ଲିପର ସେଲ ଚାଲିଛି କି?, ବିଦେଶରେ ରହି ପନ୍ନୁ ସ୍ଲିପର୍ ସେଲ୍ ଦ୍ୱାର କିଛି କାଣ୍ଡ ଭିଆଇବାକୁ ପ୍ଲାନିଂ କରୁଛି କି ? ଏଭଳି ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ।

କ୍ରାଇମବ୍ରାଞ୍ଚର ଜଣେ ଅଧିକାରୀ କହିଛନ୍ତି, ବରିଷ୍ଠ ସାମ୍ବାଦିକଙ୍କ ପାଖରୁ ଏକ ମେଲ୍‌ ଆସିଥିଲା, ତେବେ ମେଲଟି କେଉଁଠି ଆସିଥିଲା, କ’ଣ ତାହା ଡିଟେଲ୍ସ ଜାଣିବା ପାଇଁ ଦେଖିବାକୁ ଆସିଥିଲୁ। ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ପରେ ମେଲଟି କେଉଁଠ ଆସିଥିଲା, ତାହା ଜଣାପଡ଼ିବ। ମେଲଟି ଓଡ଼ିଆରେ ଆସିଛି, ତଦନ୍ତ ପରେ ସତ୍ୟାସତ ଜଣାପଡ଼ିବ।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !