cultural festival ପଶ୍ଚିମ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ

ଦେବଗଡ଼:ଦେବଗଡ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ପଶ୍ଚିମ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ପରିକ୍ଷିତ ସାହୁ ମୁଖ୍ୟଅତିଥି, ପଶ୍ଚିମ ସଂଭାଗ ସଂପାଦକ ତ୍ରିବିକ୍ରମ ଶତପଥି ମୁଖ୍ୟବକ୍ତା,ଜିଲ୍ଲା ପ୍ରମୁଖ ବିଜୟ ପ୍ରଧାନ, ପ୍ରାନ୍ତ ସଙ୍ଗୀତ ସଂଯୋଜକ ଜିତେନ୍ଦ୍ର ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ପଶ୍ଚିମ ସହ ସଂଯୋଜକ ଜ୍ଞାନ ରଞ୍ଜନ ପାଢ଼ୀ ଅତିଥି ପରିଚୟ ପ୍ରଦାନ କରିଥିଲେ।ହେମମଞ୍ଜରୀ ପଣ୍ଡା ବୌଦ୍ଧିକ ପରିଚାଳନା କରିଥିଲେ।ଏହି କାର୍ଯ୍ୟକ୍ରମରେ ପଶ୍ଚିମ ସମ୍ଭାଗ ଅନ୍ତର୍ଗତ ୫ ଟି ଜିଲ୍ଲାର ପ୍ରତିଯୋଗୀ ଉପସ୍ଥିତ ଥିଲେ। ଉଦଯାପନୀ କାର୍ଯ୍ୟକ୍ରମରେ ପଶ୍ଚିମ ସଂଭାଗ ସହ ସଂଯୋଜକ ଜ୍ଞାନ ରଞ୍ଜନ ପାଢ଼ୀଙ୍କ ପୌରହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ତିଲେଇବଣି ଏବିଇଓ ସୁଶାନ୍ତ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଉମାକାନ୍ତ ରଣା ଅତିଥି ପରିଚୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ପ୍ରାନ୍ତ ସଙ୍ଗୀତ ସଂଯୋଜକ ଜିତେନ୍ଦ୍ର ପଣ୍ଡା ଉପସ୍ଥିତ ଥିଲେ। ଏହି ଅବସରରେ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମକୁ ଭାରତୀ ଦେହୁରୀ ପରିଚାଳନା କରିଥିଲେ।ବିଦ୍ୟାଳୟର ସଂପାଦକ ହୃଦାନନ୍ଦ ଖୁଣ୍ଟିଆ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା,ମାତୃଭାରତୀ ସେବକ ସେବିକା ତଥା ପରିଚାଳନା ସମିତି ସଦସ୍ୟ ସହଯୋଗ କରିଥିଲେ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ