ଶ୍ରୀମନ୍ଦିରରେ ନୂଆବର୍ଷ: ରାତି ସାଢ଼େ ୧୦ଟା ସୁଦ୍ଧା ହେବ ପହୁଡ଼

ପୁରୀ: କ୍ୟାଲେଣ୍ଡର ବର୍ଷ-୨୦୨୪ର ସମୟ ସରିସରି ଆସୁଛି। ଏହାର ସ୍ଥାନ ନେବାକୁ ଯାଉଛି ବର୍ଷ-୨୦୨୫। ଏଥି ପାଇଁ ସ୍କୁଲ ପିଲାଙ୍କ ଠାରୁ ନେଇ ଯୁବଗୋଷ୍ଠୀ ପର୍ଯ୍ୟନ୍ତ ସମସ୍ତେ ଉତ୍ସାହିତ ଅଛନ୍ତି। ଧାର୍ମିକସ୍ଥଳରେ ମଧ୍ୟରେ ବ୍ୟାପକ ପ୍ରସ୍ତୁତି କରାଯାଉଛି। ବିଶ୍ବପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ନୂଆବର୍ଷରେ ଶ୍ରଦ୍ଧାଳୁମାନଙ୍କୁ ଶାନ୍ତିପୂର୍ଣ୍ଣ ଭାବେ ଦର୍ଶନ କରାଇବା ପାଇଁ ସରକାର, ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲା ପ୍ରଶାସନ ସମସ୍ତ ବଳ ପ୍ରୟୋଗ କରିଛନ୍ତି। ନୂଆବର୍ଷ ଅବସରରେ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ନେଇ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ଶ୍ରୀ ପାଢ଼ୀ ଗଣମାଧ୍ୟମର ପ୍ରତିିନିଧିଙ୍କୁ ସୂଚନା ଦେଇ କହିଛନ୍ତି ଯେ, ଆଜି ରାତି ସାଢ଼େ ୧୨ଟା ସୁଦ୍ଧା ଦ୍ବାର ଫିଟା ନୀତି ନେଇ ଆଶାବାଦୀ ଅଛୁ। ସେଥି ପାଇଁ ରାତି ୧୦ଟାରୁ ସାଢ଼େ ୧୦ଟା ଭିତରେ ପହୁଡ଼ ପଡ଼ିବ। ଶୀଘ୍ର ପହୁଡ଼, ଦ୍ବାର ଫିଟା ନୀତି ହେଲେ ଶ୍ରଦ୍ଧାଳୁଙ୍କ ଦର୍ଶନ ସହଜ ହେବ। ବର୍ତ୍ତମାନ ସୁଦ୍ଧା ନୀତିକାନ୍ତି ଠିକ୍‌ ଭାବେ ଚାଲିଛି। ଶ୍ରଦ୍ଧାଳୁମାନଙ୍କୁ ମାର୍କେଟ୍‌ ଛକଠାରୁ ଧାଡ଼ିରେ ଆସିବାକୁ ପରାମର୍ଶ ଦିଆଯାଇଛି। ସାଧାରଣ ଶ୍ରଦ୍ଧାଳୁମାନେ ଆଜି (ମଙ୍ଗଳବାର) ଓ କାଲି (ବୁଧବାର) ସିଂହଦ୍ବାର ଦେଇ କେବଳ ପ୍ରବେଶ କରିବେ। କିନ୍ତୁ ସିଂହଦ୍ବାର ଦେଇ ପ୍ରବେଶ ନକରି ଅନ୍ୟ ୩ଟି ଦ୍ବାର ଦେଇ ପ୍ରସ୍ଥାନ କରିବେ। ନୂଆବର୍ଷ ଅବସରରେ ଡିସେମ୍ବର ୩୧ ତାରିଖରୁ କଟକଣା ଲାଗୁହୋଇଛି। ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ ସହ ଗାଡ଼ିମୋଟର ଚଳାଚଳରେ କଟକଣା ଲଗାଯାଇଛି। ଭୁବନେଶ୍ବର, କୋଣାର୍କ ଓ ବ୍ରହ୍ମଗିରି ପାର୍ଶ୍ବରୁ ଆସୁଥିବା ଗାଡ଼ିମୋଟରର ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନିରୂପଣ ହୋଇଛି। ଡିସେମ୍ବର ୩୧ ଓ ଜାନୁଆରି ୧ ତାରିଖରେ ଶ୍ରୀମନ୍ଦି‌େର‌ ଅଧିକ ଭିଡ଼ ହେବ ବୋଲି ସମ୍ଭାବନା ରହିଛି। ଏଥିପାଇଁ ଆଜି ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ପ୍ରଶାସନର ପ୍ରସ୍ତୁତି ନେଇ ସମୀକ୍ଷା କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନଠାରୁ ମିଳିଥିବା ସୂଚନା ମୁତାବକ, ଡିସେମ୍ବର ୩୧ ଓ ଜାନୁଆରି ୧ ତାରିଖ, ଦୁଇଦିନ ଧରି ଶ୍ରୀମନ୍ଦିରରେ ଭକ୍ତମାନେ ଚାରିଦ୍ବାର ବଦଳରେ କେବଳ ସିଂହଦ୍ବାରରେ ପ୍ରବେଶ କରିବେ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ