‘ରାଜ୍ୟର ଶିକ୍ଷା ପରିବେଶକୁ ସୁଦୃଢ଼ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି’

ଭୁବନେଶ୍ବର: ଜ୍ଞାନ ହିଁ ଶକ୍ତି। ଜ୍ଞାନରୁ ଆମକୁ ଶକ୍ତି ମିଳିଥାଏ। ରାଜ୍ୟରେ ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ ଯେ, ପୂର୍ବରୁ ଶିକ୍ଷା ବିଭାଗ ଅନେକ ସମସ୍ୟା ଦେଇ ଗତି କରୁଥିଲା। ଯେଉଁମାନେ ଶାସନ କରୁଥିଲେ ସେମାନେ କିଛି ତ୍ରୁଟି ରଖିଥିଲେ। ସେହି ସମସ୍ୟା ଗୁଡିକର କିପରି ସମାଧାନ ହୋଇ ପାରିବ ସେ ନେଇ ଆମ ସରକାର କାର୍ଯ୍ୟ କରୁଛନ୍ତି। ଆମ ସରକାର ଶାସନକୁ ଆସିବା ପରେ ପ୍ରାଥମିକ ଶିକ୍ଷା ଭିତ୍ତିଭୂମି ଓ ଶିକ୍ଷା ବାତାବରଣକୁ ସୁଦୃଢ କରିବା ପାଇଁ ୧୬,୦୦୯ ଜଣ ପ୍ରାଥମିକ ଶିକ୍ଷକ ନିଯୁକ୍ତ କରିଛନ୍ତି। ରାଜ୍ୟରେ ଡ୍ରପ ଆଉଟ୍ ହାର ରୋକିବା ଏବଂ ଗୁଣାତ୍ମକ ଶିକ୍ଷା ପାଇଁ ଆମ ସରକାର କାର୍ଯ୍ୟ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଦେଶ ତଥା ରାଜ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ଶତବାର୍ଷିକୀ ପାଳନ କରୁଥିବା ବେଳେ, ଏହି ଐତିହାସିକ ଅନୁଷ୍ଠାନ ମଧ୍ୟ ତା’ର ୭୫ତମ ସ୍ବନକ୍ଷେତ୍ର ପାଳନ କରୁଛି। ଏହି ବିଦ୍ୟାଳୟ ନିରନ୍ତର ଭାବେ ଚମ୍ପୁଆ ଉପଖଣ୍ଡ, ସୀମନ୍ତ ଝାଡଖଣ୍ଡ ଓ ମୟୂରଭଞ୍ଜ ଜିଲ୍ଲାର ବହୁ ଛାତ୍ରଛାତ୍ରୀଙ୍କୁ ପାଇଁ ଗଢ଼ି ତୋଳିବା ସହିତ ଶିକ୍ଷାର ଆଲୋକବର୍ତ୍ତିକା ହୋଇ କାର୍ଯ୍ୟ କରୁଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁଝର ଏକ ଦୁର୍ଘଟଣା ପ୍ରବଣ ଅଞ୍ଚଳ ହୋଇଥିବାରୁ ଏଠାରେ ମେଡିକାଲ କଲେଜ୍ ଓ ହସ୍ପିଟାଲରେ ଏକ ଟ୍ରମା କେୟାର ସ୍ଥାପନ କରାଯିବ। କେନ୍ଦୁଝରରେ ଏକ ବାଇପାସ୍ ନିର୍ମାଣ କରାଯିବା ସହିତ ବୈତରଣୀ ନଦୀରେ ନିର୍ମିତ ହେଉଥିବା ବୃହତ୍ତ ଜଳ ସେଚନ ପ୍ରକଳ୍ପ ଜୁନ୍ ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି କହିଥିଲେ। ଉତ୍ତର ଓଡିଶାର ବିକାଶ ପାଇଁ ଖୁବଶୀଘ୍ର ଉତ୍ତର ଓଡିଶା ବିକାଶ ପରିଷଦ ନିର୍ମାଣ କରାଯିବ। ଏଥିନେଇ ଏକ ଟାସ୍କଫୋର୍ସ ମଧ୍ୟ ଗଠନ କରାଯାଇଛି। ଏହା ନିର୍ମାଣ ହେବା ଦ୍ବାରା ସମ୍ପୂର୍ଣ୍ଣ ଉତ୍ତର ଓଡିଶାର ବିକାଶ ହୋଇପାରିବ।

କାର୍ଯ୍ୟକ୍ରମରେ ଯୋଗଦେଇ ବିଦ୍ୟାଳୟ ଓ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ ଯେ, ଅନେକ ଉତ୍‌ଥାନ ପତ୍ତନ ପରେ ଏହି ବିଦ୍ୟାଳୟ ଆଜି ହୀରକ ଜୟନ୍ତୀ ପାଳନ କରୁଛି। ଶିକ୍ଷାନୁଷ୍ଠାନକୁ ଆଗକୁ ବଢ଼ିବାରେ ଯେଉଁମାନେ ସହଯୋଗ କରିଥିଲେ ସେମାନଙ୍କୁ ଆଜି ସ୍ମରଣ କରିବାର ପ୍ରକୃଷ୍ଟ ସମୟ। ଶିକ୍ଷାର ବିକାଶ ହେଲେ ଦେଶର ବିକାଶ ହୋଇପାରିବ। କେବଳ ଶିକ୍ଷା ଗ୍ରହଣ କଲେ ହେବ ନାହିଁ, ଚରିତ୍ର ଗଠନ ମଧ୍ୟ ଆବଶ୍ୟକ ବୋଲି ସେ ମତଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଚମ୍ପୁଆ ବିଧାୟକ ସନାତନ ମହାକୁଡ, ତେଲକୋଇ ବିଧାୟକ ଫକୀର ମୋହନ ନାୟକ, ପାଟଣା ବିଧାୟକ ଅଖିଲ ଚନ୍ଦ୍ର ନାୟକ, ଶିକ୍ଷାବିତ୍ ସତ୍ୟବ୍ରତ ପଣ୍ଡା, ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ ସାହୁ ଏବଂ ହୀରକ ଜୟନ୍ତୀ କମିଟିର ସଭାପତି ଗଙ୍ଗାଧର କର ଏବଂ ସମ୍ପାଦକ ସୁଶାନ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ