କାଳବୈଶାଖୀ କ୍ଷତିପୂରଣ ପାଇଁ ଜିଲ୍ଲା କୃଷକ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

ଦେବଗଡ଼:ଗତ ସୋମବାର ଦିନ ତିଲେଇବଣି ବ୍ଲକର ଢୋଲପଡା,ଦୁଧିଆନାଳୀ,ତାଳକୁଣ୍ଡି ପଂଚାୟତ ଏବଂ ବାରକୋଟ ବ୍ଲକର କଣ୍ଟାପାଲି, ଦନ୍ତାରିବାହାଳ,ରମ୍ଭେଇ ପଂଚାୟତରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲ‌ା। ପବନରେ ବିଦ୍ୟୁତ ଖୁଣ୍ଟ ସମେତ ବହୁ ଘରର ଆଜବେଷ୍ଟସ, ଛପର ଉଡ଼ିଯିବାସହ ବହୁ ପରିବାର ବାସହରା ହୋଇପଡ଼ିଥିଲେ। ଜିଲ୍ଲା ପ୍ରଶାସନ ଓ ରାଜସ୍ୱ ବିଭାଗ ପକ୍ଷରୁ ସେମାନଙ୍କର କ୍ଷତିପୂରଣ ଆକଳନ କରିବା ସହ ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ଜିଲ୍ଲା କୃଷକ ସଂଘ ପକ୍ଷରୁ ଦାବି କରାଯାଇଛି। ତେବେ ଏନେଇ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି। ଦାବି ପତ୍ର ପ୍ରଦାନବେଳେ ଜିଲ୍ଲା କୃଷକ ସଂଘର ସଭାପତି ପ୍ରମୋଦ ଝାଙ୍କର,ଉପସଭାପତି ବିଜୟ ପ୍ରଧାନ,ସମ୍ପାଦକ ସୁରେଶ ଚନ୍ଦ୍ର ଦେହୁରୀ,କମଳ ଲୋଚନ ବେହେରା ଓ ମଦନ ମୋହନ ବେହେରା ଉପସ୍ଥିତ ଥିଲେ।ଏହାସହିତ ତିଲେଇବଣି ବ୍ଲକର ସୁଗୁଡା ତଥା ଆଖପାଖ ଅଂଚଳରେ ହାତୀ ଉପଦ୍ରବ ଜାରି ରହିଥିବାବେଳେ ଏହାର ସ୍ଥାୟୀ ପ୍ରତିକାର କରିବା ପାଇଁ ସଂଘ ପକ୍ଷରୁ ଦାବି କରାଯାଇଛି।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ