କଟକ ୪।୬: ଏସ୍ସିବି ପିଛା ଛାଡ଼ୁନି ଅଗ୍ନିକାଣ୍ଡ । କଟକ ଏସ୍ସିବି ମେଡ଼ିକାଲରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ଏସ୍ସିବି ମେଡିକାଲ ସର୍ଜରୀ ୱାର୍ଡରେ ବିଦ୍ୟୁତ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଛି । ୱାର୍ଡ ଭିତରେ ଥିବା ବିଦ୍ୟୁତ କେବୁଲରେ ହଠାତ୍ ନିଆଁ ଲାଗିଥିଲା । ଏହା ପରେ ଖବର ପାଇ ସୁରକ୍ଷାକର୍ମୀ ଓ ଦମକଳ ବାହିନୀ ପହଁଚି ତ୍ୱରିତ ପଦକ୍ଷେପ ସ୍ଵରୂପ ନିଆଁକୁ ଆୟତ୍ତ କରିଛନ୍ତି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ବିଦ୍ୟୁତ କେବୁଲ ଉପରେ ଅତ୍ୟଧିକ ଚାପ ପଡୁଥିବା କାରଣରୁ ଏପରି ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି । ଥରକୁ ଥର ଏସ୍ସିବିର ବିଭିନ୍ନ ବିଭାଗରେ ଅଗ୍ନିକାଣ୍ଡ ଘଟୁଥିବା ବେଳ ହସ୍ପିଟାଲର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଉପରେ ଏହା ପ୍ରଶ୍ନବାଚୀ ସୃଷ୍ଟି କରୁଛି।
ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର
ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…




