ଶପଥଗ୍ରହଣ ପରେ ଫଡନାବୀସଙ୍କ ପ୍ରଥମ ନିଷ୍ପତ୍ତି

ନୂଆଦିଲ୍ଲୀ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଅସ୍ଥିମଜ୍ଜା ପ୍ରତିରୋପଣ ଅପେକ୍ଷାରେ ଥିବା ରୋଗୀଙ୍କୁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଏକ ପ୍ରସ୍ତାବରେ ସ୍ୱାକ୍ଷର କରିଛନ୍ତି। ପୁଣେ ବାସିନ୍ଦା ଚନ୍ଦ୍ରକାନ୍ତ କୁର୍ହାଡେଙ୍କ ଚିକିତ୍ସା ପାଇଁ ଏହି ସହାୟତା ପ୍ରଦାନ କରାଯାଇଥିଲା। ଚନ୍ଦ୍ରକାନ୍ତଙ୍କ ପତ୍ନୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇଁ ନିବେଦନ କରିଥିଲେ, ଯାହାକୁ ମୁଖ୍ୟମନ୍ତ୍ରୀ ତୁରନ୍ତ ଗ୍ରହଣ କରିଥିଲେ। ପ୍ରଥମ କ୍ୟାବିନେଟ୍ ବୈଠକରେ ଅଧ୍ୟକ୍ଷତା କରିବା ପୂର୍ବରୁ ଦେବେନ୍ଦ୍ର ଫଡନାଭିସ ଏହି ଫାଇଲରେ ସ୍ୱାକ୍ଷର କରିଥିଲେ। ସେହିପରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ରାଜ୍ୟ କ୍ୟାବିନେଟ ବୈଠକରେ ପ୍ରଶାସନକୁ ଅଧିକ ଦ୍ରୁତ ଓ ଉତ୍ସାହର ସହ କାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଲୋକଙ୍କ ଆଶା ପୂରଣ କରିବା ପାଇଁ ଏବେ ଆମକୁ ଦ୍ରୁତ ଗତିରେ କାମ କରିବାକୁ ପଡ଼ିବ ବୋଲି ସେ ଅଧିକାରୀମାନଙ୍କୁ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟ ସରକାର ନିଜ ନିଷ୍ପତ୍ତିରେ ଗଭୀର ଭାବରେ ଯିବାର ଆବଶ୍ୟକତା ରହିଛି। ଏଥିସହିତ ନିରନ୍ତର ବିକାଶ ଦିଗରେ ଯେପରି ଭଲ ଓ ପ୍ରଭାବଶାଳୀ ନିଷ୍ପତ୍ତି ନିଆଯିବ ତାହା ସୁନିଶ୍ଚିତ କରିବାକୁ ପଡ଼ିବ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ