ଗ୍ରାମ ପଞ୍ଚାୟତ ସ୍ତରୀୟ ନିଶାମୁକ୍ତ ସଚେତନତା ଅଭିଯାନ

ଦେବଗଡ ତା ୨୯.୫.୨୬ ରିଆମାଳ ବ୍ଲକ୍ ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତଠାରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ନିଶାମୁକ୍ତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନିଙ୍କ ସଭାପତିତ୍ଵ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ସରପଞ୍ଚ ପ୍ରକାଶ କୁମାର ଆଚାର୍ଯ୍ଯ, ସମ୍ମାନିତ ଅତିଥି ଭାବେ ରିଆମାଳ ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ ଭୂପେନ୍ଦ୍ର କୁମାର୍ ପ୍ରଧାନ,ଅବକାରୀ ଇନ୍ସପେକଟର ତେଲେଷ୍ଫର ଲାକ୍ରା,CRCC ଦାଶରଥି ସାହୁ, ହୃଷିକେଶ ସାହୁ ପ୍ରମୁଖ ଯୋଗ ଦେଇ ସର୍ବ ପ୍ରଥମେ ନିଶାନିବାରଣର ଶପଥ ପାଠ କରିଥିଲେ।ପରେ ପରେ ନିଶାମୁକ୍ତ ଭାରତ ଅଭିଯାନର ନିଶା ଦ୍ରବ୍ୟ ଠାରୁ ଦୂରେଇ ରହିବା ଏବଂ ନିଶା ଓ ମଦ୍ୟପାନ କ୍ଷତିକାରକ ସମ୍ପର୍କରେ ସଚେତନତା ସୃଷ୍ଠି କରିବା ଏବଂ ଏକ ସୁସ୍ଥ ନିଶାମୁକ୍ତ ସମାଜ ଗଠନ କରିବାକୁ ଆହ୍ୱାନ କରିଥିଲେ। ନିଶାମୁକ୍ତ ଭାରତ ଅଭିଯାନରେ ଗୁଣ୍ଡିଆପାଲି ପଞ୍ଚାୟତର ସମସ୍ତ ଅଙ୍ଗନୱାଡି କର୍ମୀ, ୱାର୍ଡ ମେମ୍ବର ,ଆଶା,MBK,CRP ଏବଂ ସ୍ୱୟଂ ସହାୟକ ଗୋଷ୍ଠୀ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ଅଗ୍ନିକାଣ୍ଡ

    କଟକ ୪।୬: ଏସ୍‌ସିବି ପିଛା ଛାଡ଼ୁନି ଅଗ୍ନିକାଣ୍ଡ । କଟକ ଏସ୍‌ସିବି ମେଡ଼ିକାଲରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ବିଦ୍ୟୁତ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଛି । ୱାର୍ଡ ଭିତରେ ଥିବା…

    Continue reading
    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ