ହେମଗିର ତହସିଲଦାର ନିଲମ୍ଵିତ

ସୁନ୍ଦରଗଡ଼ : ଲୋକଙ୍କୁ ଦୁର୍ବ୍ୟବହାର ଓ କାର୍ଯ୍ୟରେ ଅବହେଳା ମହଙ୍ଗା ପଡ଼ିଲା। ନିଲମ୍ବିତ ହେଲେ ସୁନ୍ଦରଗଡ଼ ଜିଲ୍ଲା ହେମଗିର ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି। ସେ ନିୟମିତ ଅଫିସକୁ ଆସୁ ନଥିବା ଓ ତହସିଲ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ସ୍ଥାନୀୟ ଲୋକେ ଜିଲ୍ଲାପାଳ ତଥା ରାଜ୍ୟ ସରକାରଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଏହା ପରେ ଘଟଣାର ତଦନ୍ତ କରାଯାଇଥିଲା। ତଦନ୍ତ ରିପୋର୍ଟକୁ ଜିଲ୍ଲାପାଳ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ। ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବନ ଅବଧି ସମୟରେ ତାଙ୍କୁ ଜିଲ୍ଲାପାଳଙ୍କ ଅଫିସରେ ରିପୋର୍ଟ କରିବାକୁ କୁହାଯାଇଛି। ଜିଲ୍ଲାପାଳଙ୍କ ବିନା ଅନୁମତିରେ ସେ ମୁଖ୍ୟାଳୟ ଛାଡ଼ି କେଉଁ ଆଡ଼େ ଯାଇପାରିବେ ନାହିଁ ନିର୍ଦ୍ଦେଶ ଦିଆଯାଇଛି। ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯିବା ପରେ ସ୍ଥାନୀୟ ଲୋକେ ଖୁସି ପ୍ରକଟ କରିଛନ୍ତି। ସ୍ଥାନୀୟ ବାସିନ୍ଦା ରାଜେନ୍ଦ୍ର ନାଏକ କହିଛନ୍ତି, ଏହା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ। ସାଧାରଣ ଲୋକେ ଜମିଜମା ମାମଲାରେ ନିୟମିତ ତହସିଲ ଅଫିସକୁ ଆସୁଛନ୍ତି। କିନ୍ତୁ ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି ଅଫିସରେ ରୁହନ୍ତି ନାହିଁ। ସେ ତାଙ୍କ ମନଇଚ୍ଛା ଅଫିସ ଆସନ୍ତି। ଦୁର୍ନୀତିର ଗନ୍ତାଘର ପାଲିଟିଥିଲା ହେମଗିରି ତହସିଲ। ସରକାର ତାଙ୍କ ବିରୋଧରେ ଯେଉଁ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି, ତାହା ସୁନ୍ଦରଗଡ଼ ଜିଲ୍ଲାରେ କାର୍ଯ୍ୟ କରୁଥିବା ଅନ୍ୟ ଦୁର୍ନୀତିଗ୍ରସ୍ତ ଅଧିକାରୀ ତଥା ଯେଉଁ ଅଧିକାରୀମାନେ ଲୋକଙ୍କ କଥା ଶୁଣନ୍ତି ନାହିଁ କି କାମ କରନ୍ତି ନାହିଁ, ସେମାନଙ୍କ ପାଇଁ ଚେତବାନୀ ସଦୃଶ ହୋଇଛି।

  • Garvita Odia

    Related Posts

    ଆସନ୍ତାକାଲି ଆଇଆଇଏମସି ଢେଙ୍କାନାଳଠାରେ ସ୍ପଟ୍‌ ଆଡମିଶନ୍‌

    ଢେଙ୍କାନାଳ: ଭାରତୀୟ ଜନସଞ୍ଚାର ପ୍ରତିଷ୍ଠାନ (ଆଇଆଇଏମସି), ଢେଙ୍କାନାଳଠାରେ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମରେ ଖାଲି ଥିବା କିଛି ଆସନରେ ଆସନ୍ତାକାଲି ସ୍ପଟ୍‌ ଆଡମିଶନ୍‌ କରାଯିବ। ଆଇଆଇଏମସି ଢେଙ୍କାନାଳ କ୍ୟାମ୍ପସ୍‌ ଠାରେ ଗୁରୁବାର, ୧୯ ଜୁନ୍‌ ପୂର୍ବାହ୍ନ…

    ସୋଆ ପକ୍ଷରୁ ଭାରତୀୟ ପାଣିପାଗ ବିଭାଗର ମହାନିଦେ୍ର୍ଧଶକଙ୍କୁ ସମ୍ବର୍ଦ୍ଧନା

    ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ମହାନିଦେ୍ର୍ଧଶକ ଡକ୍ଟର ମୃତୁ୍ୟଞ୍ଜୟ ମହାପାତ୍ରଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି । ନିକଟରେ ଡକ୍ଟର ମହାପାତ୍ରଙ୍କୁ ବିପର୍ଯ୍ୟୟ ବିପଦ ହ୍ରାସ କ୍ଷେତ୍ରରେ ଅବଦାନ ନିମନ୍ତେ ସମ୍ମାନଜନକ ଜାତିସଂଘ ସାସାକାୱା…

    Leave a Reply

    Your email address will not be published. Required fields are marked *

    You Missed

    ସମ୍ ହସ୍ପିଟାଲରେ ଯୁବକଙ୍କ ଶ୍ୱାସ ନଳୀରୁ ପ୍ଲାଷ୍ଟିକ୍ ହୁଇସିଲ୍ ବାହାର କରିବାରେ ସଫଳ ହେଲେ ଡାକ୍ତରୀ ଟିମ୍

    ସମ୍ ହସ୍ପିଟାଲରେ ଯୁବକଙ୍କ ଶ୍ୱାସ ନଳୀରୁ ପ୍ଲାଷ୍ଟିକ୍ ହୁଇସିଲ୍ ବାହାର କରିବାରେ ସଫଳ ହେଲେ ଡାକ୍ତରୀ ଟିମ୍

    ଡ୍ରାମା କରୁଛନ୍ତି ମୋହନ ସରକାର:ସୁର

    ଡ୍ରାମା କରୁଛନ୍ତି ମୋହନ ସରକାର:ସୁର

    ଆସନ୍ତାକାଲି ଆଇଆଇଏମସି ଢେଙ୍କାନାଳଠାରେ ସ୍ପଟ୍‌ ଆଡମିଶନ୍‌

    ଆସନ୍ତାକାଲି ଆଇଆଇଏମସି ଢେଙ୍କାନାଳଠାରେ ସ୍ପଟ୍‌ ଆଡମିଶନ୍‌

    ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ

    ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ

    ଘାଇ ତଳକୁ ଖସି ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

    ଘାଇ ତଳକୁ ଖସି ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

    ୧୫ ଅଗଷ୍ଟରୁ ନୂଆ ଫାସ୍‌ ଟ୍ୟାଗ୍ ନିୟମ

    ୧୫ ଅଗଷ୍ଟରୁ ନୂଆ ଫାସ୍‌ ଟ୍ୟାଗ୍ ନିୟମ