ହେମଗିର ତହସିଲଦାର ନିଲମ୍ଵିତ

ସୁନ୍ଦରଗଡ଼ : ଲୋକଙ୍କୁ ଦୁର୍ବ୍ୟବହାର ଓ କାର୍ଯ୍ୟରେ ଅବହେଳା ମହଙ୍ଗା ପଡ଼ିଲା। ନିଲମ୍ବିତ ହେଲେ ସୁନ୍ଦରଗଡ଼ ଜିଲ୍ଲା ହେମଗିର ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି। ସେ ନିୟମିତ ଅଫିସକୁ ଆସୁ ନଥିବା ଓ ତହସିଲ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ସ୍ଥାନୀୟ ଲୋକେ ଜିଲ୍ଲାପାଳ ତଥା ରାଜ୍ୟ ସରକାରଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଏହା ପରେ ଘଟଣାର ତଦନ୍ତ କରାଯାଇଥିଲା। ତଦନ୍ତ ରିପୋର୍ଟକୁ ଜିଲ୍ଲାପାଳ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ। ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବନ ଅବଧି ସମୟରେ ତାଙ୍କୁ ଜିଲ୍ଲାପାଳଙ୍କ ଅଫିସରେ ରିପୋର୍ଟ କରିବାକୁ କୁହାଯାଇଛି। ଜିଲ୍ଲାପାଳଙ୍କ ବିନା ଅନୁମତିରେ ସେ ମୁଖ୍ୟାଳୟ ଛାଡ଼ି କେଉଁ ଆଡ଼େ ଯାଇପାରିବେ ନାହିଁ ନିର୍ଦ୍ଦେଶ ଦିଆଯାଇଛି। ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯିବା ପରେ ସ୍ଥାନୀୟ ଲୋକେ ଖୁସି ପ୍ରକଟ କରିଛନ୍ତି। ସ୍ଥାନୀୟ ବାସିନ୍ଦା ରାଜେନ୍ଦ୍ର ନାଏକ କହିଛନ୍ତି, ଏହା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ। ସାଧାରଣ ଲୋକେ ଜମିଜମା ମାମଲାରେ ନିୟମିତ ତହସିଲ ଅଫିସକୁ ଆସୁଛନ୍ତି। କିନ୍ତୁ ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି ଅଫିସରେ ରୁହନ୍ତି ନାହିଁ। ସେ ତାଙ୍କ ମନଇଚ୍ଛା ଅଫିସ ଆସନ୍ତି। ଦୁର୍ନୀତିର ଗନ୍ତାଘର ପାଲିଟିଥିଲା ହେମଗିରି ତହସିଲ। ସରକାର ତାଙ୍କ ବିରୋଧରେ ଯେଉଁ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି, ତାହା ସୁନ୍ଦରଗଡ଼ ଜିଲ୍ଲାରେ କାର୍ଯ୍ୟ କରୁଥିବା ଅନ୍ୟ ଦୁର୍ନୀତିଗ୍ରସ୍ତ ଅଧିକାରୀ ତଥା ଯେଉଁ ଅଧିକାରୀମାନେ ଲୋକଙ୍କ କଥା ଶୁଣନ୍ତି ନାହିଁ କି କାମ କରନ୍ତି ନାହିଁ, ସେମାନଙ୍କ ପାଇଁ ଚେତବାନୀ ସଦୃଶ ହୋଇଛି।

  • Related Posts

    କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

    Continue reading
    ଜଗାକୁ ଦରକାର ଦ୍ବିତୀୟ ଅପରେସନ୍

    ଭୁବନେଶ୍ୱର: ଜଗାକୁ ଦରକାର ଦ୍ବିତୀୟ ଅପରେସନ୍। ବହୁଚର୍ଚ୍ଚିତ କନ୍ଧମାଳ ଜିଲ୍ଲାର ଯୋଡାମୁଣ୍ଡ ଶିଶୁ ଜଗା ସୁସ୍ଥ ହେଉଛି। କିନ୍ତୁ ତାକୁ ଦରକାର ଦ୍ବିତୀୟ ଅପରେସନ୍। ଆଜି ଏନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ଏମ୍ସ ନିର୍ଦ୍ଦେଶକ ତଥା ବରିଷ୍ଠ ସର୍ଜନ ଡାକ୍ତର ଅଶୋକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ