ଗଞ୍ଜାମ ଜିଲ୍ଲାରେ ବିଜେପିକୁ ବଡ଼ ଝଟକା, ମିଶିଲେ ଶତାଧିକ ବିଜେପି ନେତା ଓ କର୍ମୀ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ବିଜେପିକୁ ବଡ଼ ଝଟକା। ବିଜେଡିରେ ମିଶିଲେ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି। ବୁରୁପଡା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ନେତୃତ୍ୱରେ ଶତାଧିକ ନେତା ଓ କର୍ମୀ ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି। ସେମାନେ ନବୀନ ପଟ୍ଟନାୟକଙ୍କୁ ଆଜି ନବୀନ ନିବାସରେ ଭେଟି ନିଜ ମତ ଜଣାଇବାପରେ ଶଙ୍ଖ ଭବନରେ ବିଜେଡିରେ ମିଶିଛନ୍ତି। ହିଞ୍ଜିଳି ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ। ଯେଉଁଠାରୁ ସେ ଲଗାତାର ୬ ଥର ବିଧାୟକ ଭାବେ ଜିତିଛନ୍ତି। ଗତ ନିର୍ବାଚନରେ ବି ହିଞ୍ଜିଳିବାସୀ ନବୀନଙ୍କ ଉପରେ ଆଶୀର୍ବାଦ ବର୍ଷା କରି ବିଧାୟକ କରିଛନ୍ତି। ସମସ୍ତଙ୍କୁ ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କ ପକ୍ଷରୁ ସ୍ୱାଗତ କରିଛନ୍ତି ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର, କାର୍ଯ୍ୟକ୍ରମ ରୂପାନ୍ତର କମିଟି ଆବାହକ ସଞ୍ଜୟ ଦାସବର୍ମା ଓ ସଭ୍ୟ ସଂଗ୍ରହ କମିଟି ଆବାହକ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ। ସନ୍ତୋଷିନୀ ବେହେରା କହିଥିଲେ ଯେ, ଖୁସି ଲାଗୁଛି ବିଜେଡିରେ ସାମିଲ ହେଲୁ। ଗତ ୭ ମାସ ହେଲାଣି ବିଜେପି କିଛି କାମ କରୁନି ବୋଲି ବିଜେଡିରେ ସାମିଲ ହୋଇଥିବା ସେ କହିଛନ୍ତି।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି