ITEP ପାଠ୍ୟକ୍ରମରେ ଆଡ଼ମିଶନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର : ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେସନ ପ୍ରୋଗ୍ରାମ୍ (Integrated Teacher Education Programme -ITEP) ପାଠ୍ୟକ୍ରମରେ ଆଡ଼ମିଶନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି । ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲକୁ ଯାଇ ଉକ୍ତ ପାଠ୍ୟକ୍ରମ ନିମନ୍ତେ ଆବେଦନ କରିପାରିବେ ।

ଜୁନ୍ ୨୦ ତାରିଖ ଅପରାହ୍ନ ୨ ଘଟିକାଠାରୁ ସାମ୍ସ ପୋର୍ଟାଲରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଏହି ଆବେଦନ ପ୍ରକିୟା ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଜୁଲାଇ ୧୦ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶିତ ହେବ । ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେସନ ପ୍ରୋଗ୍ରାମ୍ ପାଠ୍ୟକ୍ରମରେ ନାମଲେଖା ନ୍ୟାସନାଲ ଟେଷ୍ଟିଙ୍ଗ ଏଜେନ୍ସି (NTA) ଦ୍ୱାରା ଅନୁଷ୍ଠିତ ନ୍ୟାସନାଲ୍ କମନ୍ ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ର (NCET-2026) ମାର୍କ ଆଧାରରେ କରାଯିବ ।

ଶିକ୍ଷାବର୍ଷ ୨୦୨୬-୨୭ରେ ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେସନ ପ୍ରୋଗ୍ରାମ୍ ପାଠ୍ୟକ୍ରମରେ ପାଠପଢ଼ା ଆସନ୍ତା ଅଗଷ୍ଟ ୧, ୨୦୨୬ ରିଖରେ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

  • Related Posts

    ଓଡିଶା ଦ୍ରୁତ ଗତିରେ ବିକାଶ ହେଉଛି:ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ଓଡିଶା ଦ୍ରୁତ ଗତିରେ ବିକାଶ ହେଉଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଗରିବ କଲ୍ୟାଣ ଯୋଜନାରେ ସାଧାରଣ ଲୋକଙ୍କ ଜୀବନ ବଦଳୁଛି । ଓଡିଶା ଅର୍ଥ ବ୍ୟବସ୍ଥା ମଜଭୂତ ହେଲେ ଭାରତ ମଜଭୂତ ହେବ । ଓଡ଼ିଶା ଗସ୍ତରେ ଆସି ରାଇରଙ୍ଗପୁରରେ…

    Continue reading
    ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’

    ରାଜ୍ୟ ସରକାରଙ୍କ ଦ୍ବିତୀୟ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁର ସମାବେଶରେ ତାଙ୍କ ଅଭିଭାଷଣ ରଖିଛନ୍ତି । ରାଜ୍ୟରେ ବିଜେପି ସରକାର ୨ ବର୍ଷ ପୂରଣ କରିଛି । ୨ ବର୍ଷରେ ମହାପୁରୁଷଙ୍କ ସ୍ବପ୍ନ ପୂରଣ ପାଇଁ ପ୍ରଶଂସନୀୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ