ଚାଞ୍ଚଲ୍ୟ: ମାର୍ଗଶିର ଗୁରୁବାରରେ ମହିଳାଙ୍କ ତଣ୍ଟି କାଟିଦେଲେ

ଦଶପଲ୍ଲା : ନୟାଗଡ଼ ଜିଲା ବାଣିଗୋଚ୍ଛା ଥାନା ଗଙ୍ଗାଡିହ ଗାଁ ରାସ୍ତାକଡ଼ରୁ ଗୁରୁବାର ତଣ୍ଟିକଟା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଠାବ ହୋଇଛି। କେହି ମହିଳାଙ୍କୁ ହତ୍ୟା କରି ପରବର୍ତ୍ତୀ ସମୟରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷେ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ ମହିଳାଙ୍କ ପରିଚୟ ଜାଣିବା ପାଇଁ ଛାନ୍‌ଭିନ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମିଳିଥିବା ସୂଚନା ମୁତାବକ, ତଣ୍ଟିକଟା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏନେଇ ପୋଲିସକୁ ଖବର ମିଳିଥିଲା। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ