କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ତହସିଲଦାର ସୁବ୍ରତ କୁମାର ବେହେରାଙ୍କୁ ଆଜି ୩ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି ବଲାଙ୍ଗିର ଭିଜିଲାନ୍ସ କୋର୍ଟ। ତା’ସହିତ ତାଙ୍କୁ ୩୦ ହଜାର ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ୨୦୧୮ ମସିହାରେ ସୁବର୍ଣ୍ଣପୁର ଜିଲ୍ଲା ତରଭାର ତହସିଲଦାର ତଥା ସବ୍‌ରେଜିଷ୍ଟ୍ରାର ଥିବା ସମୟରେ ସୁବ୍ରତ କୁମାର ବେହେରା ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଥିଲେ। ସେହି ମାମଲାରେ ତାଙ୍କ ବିରୋଧରେ ଭିଜିଲାନ୍ସ ଚାର୍ଜଶିଟ୍ ଦାଖଲ କରିଥିଲା ଓ ଭିଜିଲାନ୍ସ କୋର୍ଟରେ ଏହାର ବିଚାର ଚାଲିଥିଲା। ଜଣେ ବ୍ୟକ୍ତି ତାଙ୍କ ଜମି ବିକ୍ରି କରିବାକୁ ଚାହୁଁଥିବା ବେଳେ ଏ ସଂପର୍କିତ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ପାଇଁ ସୁବ୍ରତ କୁମାର ବେହେରା ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଉକ୍ତ ବ୍ୟକ୍ତି ଭିଜିଲାନ୍ସରେ ଅଭିଯୋଗ କରିବା ପରେ ଯୋଜନା ମୁତାବକ ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ ତତ୍‌କାଳୀନ ତରଭା ତହସିଲଦାର ଶ୍ରୀ ବେହେରା। ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଥିବା ସୁବ୍ରତ କୁମାର ବେହେରାଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ନିକଟରେ ଆବେଦନ କରାଯିବ ବୋଲି ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜରେ କୁହାଯାଇଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ