LOVE SEX DHOKA ପୁଲିସ ବାବୁଙ୍କ ବିରୋଧରେ ପ୍ରତାରଣା ଅଭିଯୋଗ

ବାରିପଦା: ଖାକିରେ କଳଙ୍କ। ଆଇନ ରକ୍ଷା କରୁଥିବା ପୁଲିସ ବାବୁଙ୍କ ବିରୋଧରେ ଆସିଛି ସଙ୍ଗୀନ ଅଭିଯୋଗ। ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ଏବଂ ପରେ ପ୍ରତାରଣା କରିଥିବା ଅଭିଯୋଗରେ ବାରିପଦା ଟାଉନ ଥାନାରେ କାର୍ଯ୍ୟରତ ଏସ୍ଆଇ ପ୍ରଭାତ କୁମାର ନାୟକଙ୍କ ନାଁରେ ମାମଲା ରୁଜୁ ହୋଇଛି।
ପୀଡ଼ିତାଙ୍କ ଅଭିଯୋଗ ଅନୁଯାୟୀ, ଫେସବୁକ୍ ଜରିଆରେ ଏସ୍ଆଇ ପ୍ରଭାତ ନାୟକଙ୍କ ସହ ତାଙ୍କର ପରିଚୟ ହୋଇଥିଲା। ପରେ ପରିଚୟ ପ୍ରେମରେ ପରିଣତ ହୋଇଥିଲା। ବିବାହର ପ୍ରତିଶ୍ରୁତି ଦେଇ ଏସ୍ଆଇ ତାଙ୍କ ସହ ଦୀର୍ଘଦିନ ଧରି ଶାରୀରିକ ସମ୍ପର୍କ ରଖିଥିବା ଯୁବତୀ ଅଭିଯୋଗ କରିଛନ୍ତି।

ଯୁବତୀ ଜଣକ ବିବାହ ପାଇଁ ଚାପ ପକାଇବା ପରେ ଏସ୍ଆଇ ତାଙ୍କୁ ପ୍ରତାରଣା କରିଥିବା ଏବଂ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିବା ନେଇ ଅଭିଯୋଗ ହୋଇଛି। ଶେଷରେ ନ୍ୟାୟ ପାଇଁ ପୁଲିସର ଦ୍ୱାରସ୍ଥ ହୋଇଛନ୍ତି ଯୁବତୀ। ପୀଡ଼ିତାଙ୍କ ଏତଲା ଆଧାରରେ ବାରିପଦା ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୋଗ ସମ୍ପର୍କରେ ଏସ୍ଆଇ ପ୍ରଭାତ ନାୟକ କିମ୍ବା ପୁଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ। ଅଭିଯୋଗର ସତ୍ୟାସତ୍ୟ ପୁଲିସ ତଦନ୍ତ ପରେ ସ୍ପଷ୍ଟ ହେବ।

  • Related Posts

    Heavy Rain Warning for Odisha ବର୍ଷା : ଆଜି ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

    ଭୁବନେଶ୍ୱର: ଦକ୍ଷିଣ, ଉତ୍ତର, ଉପକୂଳ ସବୁଆଡେ ବର୍ଷିବ। ଅଧାରୁ ଅଧିକ ଜିଲାରେ ବର୍ଷା ସତର୍କତା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଆଜି ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡିରେ ୭ରୁ ୧୧…

    Continue reading
    world athletics continental tour ଆଜି ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍‌ ଟୁର ସିଲଭର୍‌ ମିଟ୍‌, ଶୁଭାରମ୍ଭରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଆଉ କିଛି ଘଣ୍ଟାର ଅପେକ୍ଷା । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର ମିଟ୍ । କେବଳ ଓଡ଼ିଶା ନୁହେଁ, ଭାରତରେ ଏହି ପ୍ରତିଯୋଗିତା ପ୍ରଥମ ଥର ଆୟୋଜିତ ହେଉଛି ।ଓଡ଼ିଶା ସରକାରଙ୍କ କ୍ରୀଡ଼ା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ