low pressur rain ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଗତକାଲି ମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ, ଆଜି ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳ ଉପରେ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି ।ପାଣିପାଗ ବିଭାଗ କହିଛି ୨୨ ଅଗଷ୍ଟରୁ ୨୯ ଅଗଷ୍ଟ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ପଶ୍ଚିମ, ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଏଥିପାଇଁ ଆସନ୍ତା ୨୯ ତାରିଖ ପର୍ୟ୍ୟନ୍ତ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆଗକୁ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ତଳିଆ ଏବଂ ବନ୍ୟାପ୍ରବଣ ଅଞ୍ଚଳର ବାସିନ୍ଦାମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।ଆଜି ସାରା ରାଜ୍ୟରେ ବର୍ଷା ସହ ବଜ୍ରପାତ ଓ ଝଡ଼ି ପବନ ୩୦-୪୦ କିମି ବେଗରେ ବହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ବାଲେଶ୍ବର, ଭଦ୍ରକ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟ ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆସନ୍ତାକାଲି (ରବିବାର) ମଧ୍ୟ ସାରା ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ