କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ଆଶିଷ ସିଂ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ଆଶିଷ ସିଂ। ଇଣ୍ଡୋ-ତିଦ୍ଦତିଆନ ବର୍ଡର ପୁଲିସ ଫୋର୍ସ ବା ଆଇଟିବିପି ଆଇଜି ଭାବେ ଆଶିଷଙ୍କୁ ନିଯୁକ୍ତି ମିଳିଛି। ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତରଫରୁ ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଅବଗତ କରାଯାଇଛି। ଗତ ସାଧାରଣ ନିର୍ବାଚନ ବେଳେ ମିଛ କହି ମେଡିକାଲ୍ ଲିଭରେ ଥିଲେ ଆଶିଷ ସିଂ। ଆଶିଷ ସିଂ ନିର୍ବାଚନ ବେଳେ ସେତେବେଳର ଶାସକ ଦଳ ପ୍ରତି ଅନୁକମ୍ପା ଦେଖାଉଥିବା ଅଭିଯୋଗ କରି ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଫେରାଦ ହୋଇଥିଲା କେନ୍ଦ୍ର ବିଜେପି। ଏପ୍ରିଲ ୫ ତାରିଖରେ ଇସିଆଇଙ୍କ ନିର୍ଦ୍ଦେଶ କ୍ରମେ ଆଶିଷ ସିଂଙ୍କୁ ସେଣ୍ଟ୍ରାଲ ରେଞ୍ଜ IG ପଦରୁ ହଟାଯାଇଥିଲା। ପରେ ତାଙ୍କୁ ଆଇଜି- ସିଏମ ସିକ୍ୟୁରିଟି ପଦବୀରେ ଅବସ୍ଥାପିତ କରାଯାଇଥିଲା। ହେଲେ ସେ ବିଜେଡି ନିର୍ବାଚନ ପ୍ରଚାର ପାଇଁ ରଣନୀତି ତିଆରି କରୁଥିବା ଅଭିଯୋଗ ହୋଇଥିଲା। ମେଡିକାଲ ଲିଭରେ ଥିବା ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଥିଲେ ଭାରତୀୟ ନିର୍ବାଚନ କମିଶନ। ଭୁବନେଶ୍ୱର ଏମ୍ସର ସ୍ୱତନ୍ତ୍ର ମେଡିକାଲ ବୋର୍ଡ ରିପୋର୍ଟ ଆଧାରରେ ଜଣାପଡ଼ିଥିଲା ଯେ, ଆଶିଷ ମିଛ କହି ଛୁଟିରେ ଥିଲେ। ତେଣୁ ତାଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ମୁଖ୍ୟ ଶାସନ ସଚିବଙ୍କୁ ECIଙ୍କ ନିର୍ଦ୍ଦେଶ ଦେଇଥିଲେ। ପରେ ଆଇପିଏସ ଆଶିଷ ସିଂଙ୍କୁ ଗୃହ ବିଭାଗର ଓଏସଡି ଭାବେ ବଦଳି କରିଥିଲେ ରାଜ୍ୟ ସରକାର।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ