୫ ଡିସେମ୍ବରରେ ମହାରାଷ୍ଟ୍ରରେ ନୂଆ ସରକାର !

ମୁମ୍ବାଇ: ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ପ୍ରକାଶର ଏକ ସପ୍ତାହ ବିତିଯାଇଥିଲେ ବି ସରକାର ଗଠନ ହୋଇପାରି ନାହିଁ। ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଏପର୍ଯ୍ୟନ୍ତ ମହାଯୁତି ମେଣ୍ଟରେ ସହମତି ହୋଇପାରିନାହିଁ । ଏସବୁ ମଧ୍ୟରେ ଭାରତୀୟ ଜନତା ପାର୍ଟି (ବିଜେପି)ର ଜଣେ ବରିଷ୍ଠ ନେତା ଶନିବାର କହିଛନ୍ତି ଯେ ମହାରାଷ୍ଟ୍ରରେ ମହାୟୁତି ମେଣ୍ଟର ନୂଆ ସରକାର ଡିସେମ୍ବର ୫ରେ ଶପଥ ନେବ। ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପଦ ପାଇଁ ଦେବେନ୍ଦ୍ର ଫଡନାଭିସ୍ ସବୁଠାରୁ ଆଗରେ ଅଛନ୍ତି। ନୂଆ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ମହାଯୁତିର ତିନି ପ୍ରମୁଖ ନେତା ଦେବେନ୍ଦ୍ର ଫଡନବୀସ, ଏକନାଥ ସିନ୍ଦେ ଓ ଅଜିତ ପାଓ୍ବାର ଗତ ଗୁରୁବାର ରାତିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ ବି କୌଣସି ସହମତି ହୋଇପାରିନାହିଁ । ସେହିପରି ଶୁ୍କ୍ରବାର ଆଉ ଏକ ବୈଠକ ମୁମ୍ବାଇରେ ବସିବାକୁ ଥିଲେ ବି ଏକନାଥ ହଠାତ୍ ନିଜ ପୈତୃକ ଗାଁକୁ ପଳାଇଯାଇଥିଲେ । ସେ ଅସନ୍ତୁଷ୍ଟ ଥିବା ମନେକରାଯାଉଛି । ତେବେ ଏ ନେଇ ଆଉ ଏକ ବୈଠକ ରରିବାର ବସିବ ।
ନଭେମ୍ବର ୨୦ରେ ହୋଇଥିବା ବିଧାନସଭା ନିର୍ବାଚନରେ ବିଜେପି, ଏକନାଥ ସିନ୍ଦେଙ୍କ ଶିବସେନା ଏବଂ ଅଜିତ ପାୱାରଙ୍କ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି)ର ମେଣ୍ଟ ମହାୟୁତି ୨୮୮ ଆସନରୁ ୨୩୦ଟି ରେ ବିଜୟୀ ହୋଇ କ୍ଷମତା ବଜାୟ ରଖିଥିଲା। ବିଜେପି ୧୩୨ଟି ଆସନ ସହ ଏକକ ବୃହତ୍ତମ ଦଳ ଭାବେ ଉଭା ହୋଇଛି। ସିନ୍ଦେଙ୍କ ଶିବସେନାକୁ ୫୭ ଓ ଏନସିପିକୁ ୪୧ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା।

  • Related Posts

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ନୂଆଦିଲ୍ଲୀ: ଟାରିଫରେ ଡୋନାଲ୍ଡ ଟ୍ରମ୍ପଙ୍କୁ ନରେନ୍ଦ୍ର ମୋଦି ବଡ଼ ଝଟକା ଦେଇଛନ୍ତି। ଆମେରିକା ସହ ଭାରତ ୩୧,୫୦୦ କୋଟି ଟଙ୍କାର ବୋଇଂ ଡିଲ ରଦ୍ଦ କରିଦେଇଛି। ଭାରତ ଏହି ନିଷ୍ପତ୍ତି ସେତେବେଳେ ନେଇଛି ଯେତେବେଳେ ଆମେରିକା ରାଷ୍ଟ୍ରପତି ଭାରତ ଉପରେ ଅତିରିକ୍ତ…

    ଓଡ଼ିଶାର ହସ୍ତତନ୍ତ କାଳଜୟୀ ସୌନ୍ଦର୍ୟ୍ୟ ଓ ପରମ୍ପରାର ନିଚ୍ଛକ ନିଦର୍ଶନ : ଧର୍ମେନ୍ଦ୍ର

    ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ‘ଜାତୀୟ ହସ୍ତତନ୍ତ ଦିବସ’ ଅବସରରେ ଓଡ଼ିଶାର ପାରମ୍ପରିକ ହସ୍ତତନ୍ତ ବସ୍ତ୍ର ପିନ୍ଧି ସଂସଦ କାର୍ୟ୍ୟରେ ସାମିଲ ହୋଇ ଖୁସି ପ୍ରକାଶ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ସାଂସଦମାନଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    Breastfeeding brings the child closer to the mother’s heart : Dy CM Smt. Pravati Parida

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ