ରାଜଧାନୀରେ ମଦ୍ୟପ ଚାଳକଙ୍କ ଆତଙ୍କ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ମଦ୍ୟପ ଚାଳକଙ୍କ ବେପରୁଆ ଗାଡ଼ି ଚାଳନା । ସିଆରପି ଛକରୁ ଏକାମ୍ର କାନନ ଯିବା ରାସ୍ତାରେ ଦୁର୍ଘଟଣା ଘଟାଇଲେ ଚାଳକ । ବଡ଼ି ଭୋରୁ ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଇ ଲୋକଙ୍କୁ ଧକ୍କା ଦେବା ପରେ ଡିଭାଇଡରରେ ପିଟି ହୋଇଥିଲା ଗାଡ଼ି । ଅଳ୍ପକେ ବର୍ତ୍ତିଲେ ସାଧାରଣ ଲୋକ ଓ ଅନ୍ୟ ଗାଡ଼ି ଚାଳକ । ଦାମୀ ଗାଡ଼ିଟି ଭାଙ୍ଗି ଚୁରମାର ହୋଇଯାଇଛି । ଗାଡ଼ି ଭିତରୁ ଯୁବକ ଓ ତାଙ୍କ ସହଯୋଗୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲେ ସ୍ଥାନୀୟ ଲୋକେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି । ଘଟଣା ପରେ ରାସ୍ତାରେ କିଛି ସମୟ ପାଇଁ ଆତଙ୍କର ବାତାବରଣ ସୃଷ୍ଟି ହୋଇଥିଲା । ମଦ୍ୟପାନ କରି ଗାଡ଼ି ଚଳାଇବା ଯୋଗୁଁ ଏଭଳି ଦୁର୍ଘଟଣା ଘଟୁଥିବାରୁ ସାଧାରଣ ଲୋକଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି । ପୋଲିସ ଦୁର୍ଘଟଣାର କାରଣ ଓ ଚାଳକଙ୍କ ନିଶାସକ୍ତ ଅବସ୍ଥା ସମ୍ପର୍କରେ ତଦନ୍ତ କରୁଛି ।

  • Related Posts

    ଆର୍‌ବିଆଇର ନୂତନ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ନିର୍ମିତ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ନୂତନ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀ ରବିବାର ଅପରାହ୍ଣ ପ୍ରାୟ ୪ଟା ୧୦ରେ…

    Continue reading
    ବିଦ୍ୟାଭାରତୀଙ୍କୁ ହାଇକୋର୍ଟଙ୍କ ଝଟକା ; ଆଗୁଆ ଜାମିନ ଆବେଦନରେ ମିଳିଲାନି ଅନ୍ତରୀଣ ସୁରକ୍ଷା

    କଟକ: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବିଦ୍ୟାଭାରତୀଙ୍କୁ ହାଇକୋର୍ଟରୁ ଝଟକା ଲାଗିଛି। ସମ୍ଭାବ୍ୟ ଗିରଫଦାରୀରୁ ସୁରକ୍ଷା ପାଇଁ ସେ ଦାଖଲ କରିଥିବା ଆଗୁଆ ଜାମିନ ଆବେଦନର ଶୁଣାଣି କରି ହାଇକୋର୍ଟ ତାଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ମନା କରିଛନ୍ତି। ଏଥିସହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି