୨୦୨୭ ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ

ଭୁବନେଶ୍ୱର: ଆସନ୍ତା ୨୦୨୭ ଡିସେମ୍ବର ମାସ ସୁଦ୍ଧା ସରିବ ଓଡ଼ିଶାର ବହୁ ପ୍ରତିକ୍ଷୀତ ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ। ଏନେଇ ଶନିବାର ମେଟ୍ରୋ ପ୍ରକଳ୍ପ କାର୍ଯ୍ୟାଳୟରେ ସମୀକ୍ଷା ପରେ ସୂଚନା ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏହି ପ୍ରକଳ୍ପ ନଭେମ୍ବର ୨୦୨୩ରେ ଡିପିଆର୍ ଅନୁମୋଦନ ପରେ କାମ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମୋଟ୍ ୨୦ଟି ଷ୍ଟେସନ୍ ସମେତ ୨୬ କିମି କାମ ହେବା ସହିତ ରୁଟ୍‌ରେ ୧୩ଟି ଟ୍ରେନ୍ ଚାଲିବ। ପ୍ରତ୍ୟେକ ଟ୍ରେନ୍‌ରେ ୩ଟି ଲେଖାଏଁ କୋଚ୍ ରହିବ ବୋଲି ପ୍ରାଥମିକ ସୂଚନା ରହିଛି। ଯାହାପାଇଁ ମୋଟ ୬ହଜାର ୨୫୬ କୋଟି ଟଙ୍କା ଖର୍ଚ୍ଚ ନେଇ ଅଟକଳ ହୋଇଛି। ନଭେମ୍ବର ୨୦୨୩ରୁ ଆଜି ସୁଦ୍ଧା ୪୬୦ କୋଟି ଟଙ୍କା ଖର୍ଚ୍ଚ ସରିଛି। ୨୫୦ କୋଟି ଟଙ୍କା ଅକ୍ଟୋବରରେ ରାଜ୍ୟ ସରକାର ଦେଇଛନ୍ତି। ୩୫୦ କୋଟି ମାର୍ଚ୍ଚ ୩୧ ୨୦୨୫ ସୁଦ୍ଧା ରାଜ୍ୟ ସରକାର ଦେବେ। ଆଉ ୧୭ସହ ୫୦ କୋଟି ଟଙ୍କା ୨୦୨୫ -୨୦୨୬ ଆର୍ôଥକ ବର୍ଷରେ ଦେବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି ବୋଲି ସମୀକ୍ଷା ପରେ ଶ୍ରୀମତୀ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।

ଏଠାରେ ସୂଚନା ଯୋଗ୍ୟ ଯେ ଗତ ୨୦୨୨ ମସିହା ସେପ୍ଟେମ୍ବର ୨୬ ତାରିଖରେ ଶ୍ରୀମତୀ ଷଡ଼ଙ୍ଗୀ ଭୁବନେଶ୍ୱର ଓ ଏହାର ଆଖପାଖ ଲୋକଙ୍କ ସୁବିଧା ପାଇଁ ଭୁବନେଶ୍ୱର, ପୁରୀ ଓ କଟକକୁ ନେଇ ମେଟ୍ରୋ ରେଳ ଚଳାଚଳ ପାଇଁ ପ୍ରସ୍ତାବ ଦେଇଥିଲେ। ଯେଉଁ ପ୍ରସ୍ତାବ ଆଧାରରେ ପୂର୍ବ ସରକାର କାର୍ଯ୍ୟ ତ୍ୱରାନ୍ୱିତ କରିଥିଲେ। ଏହି ପ୍ରକଳ୍ପ ପାଇଁ ଗଠିତ ହୋଇଥିବା (ବି.ଏମ୍‌.ଆର.ସି) ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନ ସହିତ ରାଜ୍ୟ ସରକାର ଓ ଦିଲ୍ଲୀ ମେଟ୍ରୋ,ଏକାଠି ମିଶି କାମ କରୁଛନ୍ତି। ଭୁବନେଶ୍ୱର ମେଟ୍ରୋର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟର ୩ ଟି ଷ୍ଟେସନ ଏକାମ୍ରରେ, ୪ଟି ଷ୍ଟେସନ୍ ମଧ୍ୟରେ ଓ ୧୦ଟି ଉତ୍ତରରେ ହେବା ସହିତ ୩ ଟି ଷ୍ଟେସନ କଟକରେ ରହିବ। ଏଥିରେ ୯୫ ହଜାର ଲୋକ ପ୍ରତିଦିନ ଯିବାର କ୍ଷମତା ରହିବ। ପ୍ରକଳ୍ପ ପାଇଁ ଆବଶ୍ୟକୀୟ ୯୨ ଏକର ଜମି ମିଳି ସାରିଛି। ବାକି ୧୫ ଏକର ଜମି ଖୁବ୍ ଶୀଘ୍ର ଯୋଗାଇ ଦିଆଯିବାର ବ୍ୟବସ୍ଥା ହୋଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ୪୦ ଏକର ଜମି ମଳିପଡ଼ାରେ ଦିଆଯାଇଛି ଯେଉଁଠି ମେଟ୍ରୋ ଅଫିସ ଅଛି ଓ ମେଟ୍ରୋର କାମ ସେଠାରେ ଚାଲିଛି। ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ। ଏହାପରେ କେନ୍ଦ୍ରର ସହାୟତା ଦରକାର ହେବ କି ନାହିଁ ତାହା ପରବର୍ତ୍ତୀ ସମୟରେ ଜଣାଯିବ ବୋଲି ଶ୍ରୀମତୀ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ଏହି ସମୀକ୍ଷା ବୈଠକରେ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ମୁଖ୍ୟ ନିର୍ବାହୀ ଅଧିକାରୀ କଲ୍ୟାଣ ପଟ୍ଟନାୟକଙ୍କ ସମେତ ଦିଲ୍ଲୀ ମେଟ୍ରୋ ଓ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ବହୁ ଅଧିକାରୀ ଉପସ୍ଥିତ ଥିଲେ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ