୩ଦିନିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

ଓଡ଼ିଶାକୁ କେବଳ ଦେଶରେ ନୁହେଁ ବରଂ ସମଗ୍ର ବିଶ୍ୱର ମାନଚିତ୍ରରେ ପ୍ରାଥମିକତା ମିଳୁ । ସେଥିପାଇଁ ଏଠାରେ ଜି-୨୦ ସମ୍ମିଳନୀଠୁ ଆରମ୍ଭ କରି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ, ପୁଲିସ ଡିଜି ସମ୍ମିଳନୀ ଓ ନୌସେନା ଦିବସ ଆଦିର ଆୟୋଜନ କରାଯାଉଛି । ଏହା ଓଡ଼ିଶାକୁ ଦିଆଯାଉଥିବା ପ୍ରାଥମିକତାର ପ୍ରମାଣ । ପୁଲିସ ଡିଜି ସମ୍ମିଳନୀରେ ଯୋଗ ଦେବାକୁ ଆଜିଠୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି ।

ନିର୍ଦ୍ଧାରିତ ସମୟରେ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦର ପହଂଚିବା ପରେ ସେଠାରେ ଆୟୋଜିତ ସମ୍ବର୍ଦ୍ଧନା ସଭାକୁ ପ୍ରଧାନମନ୍ତ୍ରୀ ମୋଦି ଉଦବୋଧନ ଦେଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଜୟ ଜଗନ୍ନାଥ’ କହି ନିଜର ଓଡ଼ିଆ ଭାଷାରେ ଆରମ୍ଭ କରିଥିଲେ । ପ୍ରଭୁ ଲିଙ୍ଗରାଜଙ୍କ ମାଟିକୁ ଆସିବାକୁ ଆଜି ସୁଯୋଗ ମିଳିଛି । ମହାପ୍ରଭୁ ଜଗନ୍ନାଥଙ୍କ ପାଖରେ ପ୍ରଣାମ କରୁଛି । ବିମାନବନ୍ଦରରେ ଏତେ ସଂଖ୍ୟକ ଲୋକଙ୍କ ଉପସ୍ଥିତି ଓ ଏଭଳି ଭଲପାଇବା ଦେଇଥିବାରୁ ମୁଁ କୃତଜ୍ଞ । ମହାରାଷ୍ଟ୍ର ଓ ହରିଆଣା ବିଧାନସଭା ନିର୍ବାଚନ ଓ ଦେଶରେ ବିଭିନ୍ନ ଉପନିର୍ବାଚନର ପରିଣାମ ସମଗ୍ର ଦେଶର ଲୋକଙ୍କ ମଧ୍ୟରେ କିଭଳି ଏକ ବିଶ୍ୱାସ ସୃଷ୍ଟି କରିଛି ତା’ର ଚମକ,ଖୁସି, ଆଗ୍ରହ ଓ ଉତ୍ସାହ ଏଠି ଉପସ୍ଥିତ ଲୋକଙ୍କ ମଧ୍ୟରେ ଅନୁଭବ କରୁଛି । ଓଡ଼ିଶାରୁ ଏହାର ଆରମ୍ଭ ହୋଇଥିଲା । ହରିଆଣା ଓ ମହାରାଷ୍ଟ୍ରରେ ବି ଦେଖିବାକୁ ମିଳିଲା । ଏହା ହିଁ ବିଜେପିର ବିଶେଷତ୍ୱ ଓ ଆମ ଦଳର କର୍ମୀମାନଙ୍କର ସାମର୍ଥ୍ୟ । ବିରୋଧୀ ଦଳ ସବୁବେଳେ ବିଜେପି ସରକାର ବିରୁଦ୍ଧରେ ଅପପ୍ରଚାର କରୁଛି । କିନ୍ତୁ ଲୋକେ ଆଶୀର୍ବାଦ ଦେଉଛନ୍ତି ।

ସେ କହିଥିଲେ ଯେ, ଦେଶରେ ପ୍ରାୟ ଶହେ ବର୍ଷ ଧରି ପୁଲିସ ଡିଜି ସମ୍ମିଳନୀ ହେଉଛି । କିନ୍ତୁ ଓଡ଼ିଶାରେ ଏହା ପ୍ରଥମଥର ପାଇଁ ଆୟୋଜିତ ହୋଇଛି । ଆଉ ୪ଦିନ ପରେ ପୁରୀରେ ‘ନୌସେନା ଦିବସ’ ପାଳନ କରାଯିବ । ପୁରୀ ବ୍ଲୁଫ୍ଲାଗ ବେଳାଭୂମିରେ ଏହି ଆୟୋଜନ ହେବ । ଏହା ଅର୍ଥ ଓଡ଼ିଶା ସମଗ୍ର ବିଶ୍ୱରେ କେନ୍ଦ୍ରବିନ୍ଦୁ ରହିବ । ଆଉ ଜାନୁୟାରୀ ମାସରେ ପ୍ରବାସୀ ଭାରତୀୟ ଦିବସର ଆୟୋଜନ ହେବ । ଜି-୨୦ରେ ଭିନ୍ନ ପ୍ରକାରର ଲୋକେ ଆସିଥିଲେ । ଏବେ ବିଦେଶରେ ରହୁଥିବା ଆମ ଲୋକେ ଆସିବେ । ପର୍ଯ୍ୟଟନର ସୁଯୋଗ ବଢ଼ିବ । ଓଡ଼ିଶାକୁ ବିଶ୍ୱର ମାନଚିତ୍ରରେ ପ୍ରାଥମିକତା ଦେବାକୁ ଚାହୁଁଛୁ । ପ୍ରବାସୀ ଭାରତୀୟ ଦିବସର ଆୟୋଜନ ଶାନଦାର ଢଙ୍ଗରେ କରିବାକୁ ପ୍ରଧାନମନ୍ତ୍ରୀ ମୋଦି ପରାମର୍ଶ ଦେଇଥିଲେ । ଓଡ଼ିଶାର ପ୍ରତ୍ୟେକ ଲୋକ ଅନୁଭବ କରିବା ଦରକାର ଯେ, ବିଶ୍ୱର ଲୋକମାନେ ତାଙ୍କ ଘରକୁ ଆସୁଛନ୍ତି ଓ ସେଭଳି ପ୍ରସ୍ତୁତି କରିବାକୁ ସେ ଆହ୍ୱାନ କରିଥିଲେ । ଆମେ ସମସ୍ତେ ମିଶି ଓଡ଼ିଶାର ଗୌରବ ବୃଦ୍ଧି କରିବା । ଡବଲ ଇଞ୍ଜିନ ସରକାରର ସୁଫଳ ମିଳିବା ଆରମ୍ଭ ହୋଇଛି । ବିକାଶର ଗତି ଅଦ୍ଭୂତପୂର୍ବ । ରାଜ୍ୟର ବିଜେପି ସରକାର ଏଠାରେ ଷ୍ଟାର୍ଟଅପ୍ ଇକୋସିଷ୍ଟମ ଉପରେ ଗୁରୁତ୍ୱ ଦେଉଛି ।

  • Related Posts

    ଅଧିନାୟକ ପଦ ଛାଡିଲେ ହରମନପ୍ରୀତ

    ନୂଆଦିଲ୍ଲୀ : ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦ ଛାଡିଛନ୍ତି। ସେ ମଙ୍ଗଳବାର ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ଏହା ଘୋଷଣା କରିଛନ୍ତି। ସ୍ମୃତି ମନ୍ଧାନା ନୂତନ ଅଧିନାୟକ ଭାବରେ ହରମନପ୍ରୀତଙ୍କ ସ୍ଥାନ ନେବେ ବୋଲି…

    Continue reading
    ବ୍ୟାରିକେଡ୍ ଉପରେ ଚଢି ଆକାଶବାଣୀ ଭବନରେ ପଶିଲେ ରାହୁଲ

    ନୂଆଦିଲ୍ଲୀ:  ବିରୋଧି ସାଂସଦଙ୍କ ‘ସେଭ ଡେମୋକ୍ରାସି’ ମାର୍ଚ୍ଚ ମଙ୍ଗଳବାର ସକାଳେ ସଂସଦ ଭବନରୁ ଆରମ୍ଭ ହୋଇଥିଲା। ନିର୍ବାଚନ ସଦନ (ଇସିଆଇ) ମୁଖ୍ୟାଳୟ ଆଡକୁ ବଢିଥିଲା, କିନ୍ତୁ ଦିଲ୍ଳୀ ପୋଲିସ ରାସ୍ତାରେ ବ୍ୟାରିକେଡ୍ କରି ପଦଯାତ୍ରାକୁ ରୋକିଥିଲା। ରୋକିବା ପରେ କଂଗ୍ରେସ ସାଂସଦ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ