ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସବୁବେଳେ ସମର୍ଥନ ଦେଇ ଆସୁଛି: ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଜୟ ଜଗନ୍ନାଥ…ଜୟ ଜଗନ୍ନାଥ…। ଓଡ଼ିଶାର ଭାଇ-ଭଉଣୀମାନଙ୍କୁ ମୋର ନମସ୍କାର, ଜୁହାର। ଓଡ଼ିଶାର ସବୁ ପରିବାର ମା’-ମାଉସୀ, ଭାଇ-ଭଉଣୀମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ନିକଟରେ ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀରେ ଓଡ଼ିଶା ପର୍ବରେ ଯୋଗଦେବାର ସୁଯୋଗ ମିଳିଥିଲା। ସେଠାରେ ଓଡ଼ିଶାର ଚା’ ପିଇଥିଲି। ତିନିଦିନିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ସନ୍ଧ୍ୟାରେ ଏହା କହିଛନ୍ତି। ବିମାନବନ୍ଦର ନିକଟରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ମହାରାଷ୍ଟ୍ର ନିର୍ବାଚନ ଫଳ, ହରିୟାଣା ନିର୍ବାଚନ ଫଳ ପରେ ଦେଶରେ ବିଶ୍ବାସ ଭରିଛି। ଏହି ବିଜୟର ଆୟମାରମ୍ଭ ଓଡ଼ିଶାରୁ ହୋଇଛି।

ବିରୋଧୀ ଦଳ ମୋଦୀ ସରକାରଙ୍କ ବିରୋଧରେ ସବୁବେଳେ ଅପପ୍ରଚାର କରୁଛନ୍ତି। କିନ୍ତୁ ଜନତା ମୋଦୀ ସରକାରଙ୍କୁ ଆଶୀର୍ବାଦ କରୁଛନ୍ତି। ସାଧାରଣ ନିର୍ବାଚନ-୨୦୨୪ ପୂର୍ବରୁ କିଛି ଲୋକ କହୁଥିଲେ ଓଡ଼ିଶାରେ ବିଜେପିର ବଳ ନାହିଁ। ମାତ୍ର ନିର୍ବାଚନ ଫଳାଫଳ ଓଲଟା ଦେଖାଗଲା। ଯେଉଁ ରାଜ୍ୟରେ ଆମ ସରକାର ନଥିଲା, ସେଠାରେ ଆମର ଯୋଜନାର ନାମକୁ ବଦଳାଇ ଦେଉଥିଲେ। କେନ୍ଦ୍ର ସରକାର ଓଡ଼ିଶାର ବିକାଶ ପାଇଁ ସବୁବେଳେ ସମର୍ଥନ ଦେଇ ଆସୁଛନ୍ତି। କେନ୍ଦ୍ରରେ ଓଡ଼ିଶାର ପ୍ରତିନିଧିତ୍ବକୁ ଗୁରୁତ୍ବ ଦିଆଯାଇଛି। କେନ୍ଦ୍ରର କାର୍ଯ୍ୟ ଓଡ଼ିଶାବାସୀ ଗ୍ରହଣ କରିଛନ୍ତି। ଓଡ଼ିଶାକୁ ବିଜେପି ନୂଆନୂଆ ଯୋଜନା ଭେଟି ଦେଇଛି। ମୁଖ୍ୟମନ୍ତ୍ରୀ ଭାବେ ଗୁଜରାଟର ସେବା କରିବାକୁ ସୁଯୋଗ ମିଳିଛି। ପ୍ରଧାନମନ୍ତ୍ରୀ ଭାବେ ଦେଶବାସୀଙ୍କ ସୁଯୋଗ ମିଳିଛି। ତୃତୀୟ ଥର ପ୍ରଧାନମନ୍ତ୍ରୀ ହେଲା ପରେ ବିଶ୍ବର କୋଣଅଣୁକୋଣରେ ଚର୍ଚ୍ଚା ହେଉଛି। ପୂରା ବିଶ୍ବରେ ଭାରତର ପ୍ରଭାବ ବଢ଼ିଛି। ପ୍ରଧାନମନ୍ତ୍ରୀ କହିଛନ୍ତି, ରାଜନୀତିରେ ବିରୋଧୀମାନେ ବିରୋଧ କରିବା ସ୍ବାଭାବିକ। ରାଜନୈତିକ ଦଳ ଜନତାକୁ ସଚେତନ କରିଥାନ୍ତି। ଆନ୍ଦୋଳନ ଆଗରୁ ହେଉଥିଲା ଏବଂ ଏବେ ବି ହେଉଛି।

  • Related Posts

    ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

    ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…

    Continue reading
    ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

    ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ