ବଡ଼ ଆଟାକ୍‌ କଲେ ମୋଦି; ବିରୋଧୀ ଛାନିଆ…

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଛନ୍ତି। ଭାଷଣ ମଝିରେ ମୋଦି ବିରୋଧୀଙ୍କୁ ନିଶାନା କରିଛନ୍ତି। ସେ କହିଛନ୍ତି, ରାଜନୀତିର ବିଚାରଧାରା ଅଲଗା ହେବା କିଛି ନୂଆ ନୁହେଁ। ବିରୋଧୀ ଯେପରି ଲୋକଙ୍କ ଉପରେ ରାଗୁଛନ୍ତି ତାହା ଚିନ୍ତାଜନକ। କ୍ଷମତାଲୋଭୀ ଏମାନେ ଜନତାକୁ ମିଛ କହି ଆସୁଛନ୍ତି। କ୍ଷମତାରୁ ଦୂରେଇ ରହିବା ପରେ ଏଭଳି ମିଛ କହୁଛନ୍ତି।

ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଗୁରୁବାର ଭୁବନେଶ୍ୱରରେ ୩ଟି ରାଜ୍ୟର ପ୍ରତିନିଧିଙ୍କ ସମେତ ପ୍ରାୟ ୩୦ରୁ ଅଧିକ ଅଧିକାରୀ ପହଞ୍ଚତ୍ ସାରିଲେଣି। ଗୋଇନ୍ଦା ନିର୍ଦ୍ଦେଶକ ତପନ ଡେକା ମଧ୍ୟ ପହଞ୍ଚତ୍ ସାରିଛନ୍ତି। ତେଣୁ ସମସ୍ତଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିଥିବାବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ୍‌ କରି ପୋଲିସ ଓ ବିଏସ୍‌ଏଫ୍‌ କଡ଼ା ଯାଞ୍ଚ କରୁଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ପୋଲିସ ସନ୍ଧାନୀ କୁକୁର ସହାୟତାରେ ଗୁରୁବାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି। ଏହାସହ ବିମାନବନ୍ଦର, ଲୋକ ସେବାଭବନ, ରାଜଭବନ ଓ ରାଜ୍ୟ ଅତିଥିଭବନ, ମୈତ୍ରୀବିହାର, ଚନ୍ଦ୍ରଶେଖରପୁରରେ ଥିବା ଆଇପିଏସ୍‌ ମେସ୍‌ ସହିତ ପ୍ରମୁଖ ଅଞ୍ଚଳରେ ପୋଲିସ କଡ଼ା ପହରା ଦେବା ସହ ନୋ ଫ୍ଲାଏ ଜୋନ୍‌ ଘୋଷଣା କରାଯାଇଛି। ସେହିଭଳି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ଲୁ ବୁକ ଅନୁଯାୟୀ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଏଥିପାଇଁ ଗୁରୁବାର ପୋଲିସ ପକ୍ଷରୁ କାର୍‌କେଡ୍‌ ରିହରସାଲ୍‌ କରାଯାଇଛି। ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ରିହରସାଲ କରାଯାଇଛି।

  • Garvita Odia

    Related Posts

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଘୋଷଣା ହୋଇଛି ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର। ବଲିଉଡ କିଙ୍ଗ ଶାହରୁଖ ଖାନ ଓ ବିକ୍ରାନ୍ତ ମେସି ଶ୍ରେଷ୍ଠ ଅଭିନେତା ଭାବେ ଜାତୀୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ‘ଯବାନ’ ପାଇଁ ଶାହରୁଖ ଓ ୧୨th ଫେଲ ପାଇଁ ବିକ୍ରାନ୍ତଙ୍କୁ ଏହି…

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ