ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଯାଜପୁରର ପ୍ରସିଦ୍ଧ ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ଆଜି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆବଶ୍ୟକ ପଡ଼ିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍‌ରେ କୁହାଯାଇଛି, ଯାଜପୁରର ବିରଜା କ୍ଷେତ୍ର କେବଳ ଓଡ଼ିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡ଼ିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର। ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭି ଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ମା’ ବିରଜାଙ୍କ ପ୍ରତି ସାରା ଓଡ଼ିଶାର ଜନସାଧାରଣଙ୍କ ପ୍ରଗାଢ଼ ଭକ୍ତି ଓ ନିଷ୍ଠା ରହିଛି। ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡ଼ିକ ଜାରି ରହିଛି। ଏହା ସହିତ ମନ୍ଦିରର ସର୍ବାଙ୍ଗୀନ ବିକାଶ ପାଇଁ ଆବଶ୍ୟକ ପଡ଼ିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ କରାଯିବ। ବିରଜା ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଯେଉଁ ସବୁ ପ୍ରକଳ୍ପ ହାତକୁ ନିଆ ଯାଇଛି, ସେ ସବୁ ପ୍ରକଳ୍ପ ଠିକ୍ ସମୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

  • Related Posts

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ବାମନାଳ:ବହୁ ଚର୍ଚ୍ଚିତ ବଳଙ୍ଗା ନାବାଳିକା ପୋଡ଼ି ମାରିବା ଉଦ୍ୟମ ଓ ଚିକିତ୍ସାଧୀନ ଅବସ୍ଥାରେ ରହସ୍ୟ ଜନକ ଭାବେ ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଚର୍ଚ୍ଚା ହେଉଥିବା ବେଳେ ଆସନ୍ତା ୭ତାରିଖରେ ବିଜେଡି ପକ୍ଷରୁ ୬ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ନିମନ୍ତେ ଏକ…

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍