ମଧ୍ୟାହ୍ନ ଭୋଜନ ଖାଇ ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଆଜି ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରାଜ୍ୟର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଘଟିଛି ଏହି ଘଟଣା। ଗୋଟିଏ କନ୍ଧମାଳ ଓ ଅନ୍ୟଟି ବଲାଙ୍ଗିର ଜିଲ୍ଲାରେ ଘଟିଛି।

ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଡେଙ୍ଗପଦର ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ୬୮ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଯାଇଛନ୍ତି। ଅସୁସ୍ଥ ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ କିଛି ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଅନ୍ୟମାନଙ୍କ ଚିକିତ୍ସା ପାଇଁ ଗାଁରେ ଏକ ଡାକ୍ତରୀ ଟିମ୍ ଉପସ୍ଥିତ ରହିଛି। ଏହି ଘଟଣାକୁ ନେଇ ଗାଁରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଛି। ପୁଲିସ ଗାଁରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି। ମୁରିବାହାଲ ତହସିଲଦାର ଓ ଶିକ୍ଷା ଅଧିକାରୀ ମଧ୍ୟ ଗାଁରେ ଉପସ୍ଥିତ ଅଛନ୍ତି। ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କଳା ବେଳେ ଲୁଣ ବଦଳରେ ଡିଟରଜେଣ୍ଟ ପକାଇ ଦିଆଯାଇଥିବାରୁ ଛାତ୍ରଛାତ୍ରୀମାନେ ଅସୁସ୍ଥ ହୋଇପଡ଼ିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ସୂଚନା ମିଳିଛି।

ସେହିପରି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଛାତ୍ରଛାତ୍ରୀମାନଙ୍କୁ ମଧ୍ୟାହ୍ନ ଭୋଜନରେ ଭାତ ଓ ଅଣ୍ଡା ତରକାରି ଦିଆଯାଇଥିଲା। ଏହାକୁ ଖାଇବା ପରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଥିଲେ। ସମସ୍ତଙ୍କର ପେଟ ବ୍ୟଥା ହେବା ସହିତ ବାନ୍ତି ହୋଇଥିଲା। ସେମାନଙ୍କୁ ସଙ୍ଗେ ସଙ୍ଗେ ସିମନବାଡ଼ି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଫୁଡ୍‌ ପଏଜନ ଯୋଗୁ ଏଭଳି ହୋଇଥିବା ଡାକ୍ତର କହିଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ