
ବ୍ରହ୍ମପୁର: ବହୁଚର୍ଚ୍ଚିତ ଟାଟା କଂପାନିରେ ଚାକିରି ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି ମିଳିଛି। ଏମ୍ପି/ଏମ୍ଏଲ୍ଏ କୋର୍ଟରେ ସାଂସଦ ଶ୍ରୀ ପାଣିଗ୍ରାହୀଙ୍କୁ ୨ଟି ମାମଲାରେ ଆଶ୍ବସ୍ତି ମିଳିଛି। ଏଥି ସହିତ ଅଭୟ ପାଠକ ଓ ତାଙ୍କର ପୁଅ ଆକାଶ ପାଠକଙ୍କୁ ମଧ୍ୟ ଆଶ୍ବସ୍ତି ମିଳିଛି। ଆଜି କୋର୍ଟରୁ ଏହି ୩ ଜଣଙ୍କୁ ଆଶ୍ବସ୍ତି ମିଳିଥିବା ବେଳେ ଅନ୍ୟ ୩ଟି ମାମଲରେ ଆସନ୍ତାକାଲି ଶୁଣାଣି ହେବ। ସୂଚନାଯୋଗ୍ୟ, ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ପୂର୍ବରୁ ୫ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍ଏଫ୍ସି କୋର୍ଟରେ ୫ ଜଣ କହିଛନ୍ତି। ଗତମାସ ୧୮ ତାରିଖରେ ୩ ଜଣ ଓ ୧୦ ତାରିଖ ଦିନ ୨ ଜଣ ଏତଲାକାରୀ (ଲକ୍ଷ୍ମୀଧର ନାୟକ ଓ ପ୍ରଭାତ କୁମାର ନାୟକ) କହିଥିଲେ ଯେ, ପ୍ରଦୀପଙ୍କୁ କୌଣସି ପ୍ରକାର ଅର୍ଥ ନେଣଦେଣ ହୋଇ ନାହିଁ। ଗତମାସ ୧୦ ତାରିଖରେ ୨ ଜଣ ଅଭିଯୋଗକାରୀ ସେମାନଙ୍କୁ ବିଜେଡି ଓ ପ୍ରଶାସନର ଚାପ ଯୋଗୁଁ ଏଭଳି ଏତଲା ଦେଇଥିଲେ ବୋଲି ମାଜିଷ୍ଟ୍ରେଟଙ୍କ ଆଗରେ ପ୍ରଦୀପଙ୍କ ଓକିଲ କହିଥିଲେ।








