ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି

ଭୁବନେଶ୍ବର: ରାଜ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ କରିକୁଲମ୍‌ ପ୍ରସ୍ତୁତି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ, ଏହାକୁ ଲାଗୁ କରାଯିବ କି ନାହିଁ ସେନେଇ ଛାତ୍ରଛାତ୍ରୀ ଏବଂ ଶିକ୍ଷକଙ୍କ ମଧ୍ୟରେ ଦ୍ବନ୍ଦ ଦେଖାଦେଇଥିବା ବେଳେ ବର୍ତ୍ତମାନ ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଗଣଶିକ୍ଷା ବିଭାଗରେ ଆସୁଥିବା ବେଳେ ଏହାକୁ ରାଜ୍ୟ ସରକାର ଏବେ ଲାଗୁ କରିବେ। ଆଞ୍ଚଳିକ ବିଷୟବସ୍ତୁ ଥିବା ପାଠ ପଢାଯିବ ଏବଂ ସେନେଇ ପାଠ୍ୟ ଖସଡ଼ା ମଧ୍ୟ ପ୍ରସ୍ତୁତ କରାଯିବ । ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କୁହାଯାଇଛି ଯେ ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ଯତ୍ନର ସହ ବିଚାର କରିବା ପରେ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ବାାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ ଲଗୁ ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ, ସ୍ଥାନୀୟ ପାଠ୍ୟକ୍ରମ ସହିତ ଜାତୀୟ ପାଠ୍ୟକ୍ରମ ଢାଞ୍ଚାକୁ ଓଡ଼ିଶା ରାଜ୍ୟ ପାଇଁ ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା ଭାବରେ ଗ୍ରହଣ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସୂତ୍ରରୁ ପ୍ରକାଶ ଯେ, ଓଡିଶାରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ କରିବା ପାଇଁ ଏକ ବିସ୍ତୃତ ନିର୍ଦ୍ଦେଶାବଳୀ ଯଥାଶୀଘ୍ର ଜାରି କରାଯିବ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ