NBW against iic ଶରଣକୁଳ ପୂର୍ବତନ IIC ସୁଜିତ ଦାସଙ୍କ ନାଁରେ NBW

ଭୁବନେଶ୍ବର: ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ମାମଲାରେ ନିଲମ୍ବିତ ହୋଇଥିବା ନୟାଗଡ଼ ଜିଲା ଶରଣକୁଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସଙ୍କ ପାଇଁ ଅଡୁଆ ବଢ଼ିଛି । ହାଇକୋର୍ଟ ଅନ୍ତରୀଣ ସୁରକ୍ଷା ଉଠାଇବା ପରେ ନୟାଗଡ଼ ଜିଲ୍ଲା ଓଡ଼ଗାଁ କୋର୍ଟ ସୁଜିତଙ୍କ ବିରୋଧରେ ଗିରଫ ବିହୀନ ଜାମିନ ପରୱାନା (NBW) ଜାରି କରିଛନ୍ତି । ସୁଜିତ ଗିରଫଦାରୀରୁ ବର୍ତ୍ତିବା ପାଇଁ ଫେରାର ଥିବାବେଳେ ତାଙ୍କୁ ଗିରଫ କରିବାକୁ ବୁଧବାର କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା (CAW & CW) ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି ।

ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖାର ଟିମ୍ ଭୁବନେଶ୍ୱର ଉପକଣ୍ଠ ଉତ୍ତରା ନିକଟସ୍ଥତ ଏକ ଆପାର୍ଟମେଣ୍ଟରେ ଥିବା ସୁଜିଙ୍କ ବାସଭବନରେ ଚଢ଼ାଉ କରିଥିଲା । ହେଲେ ସୁଜିତଙ୍କୁ ନ ପାଇ ପୋଲିସ ଟିମ୍ ଫେରିଆସିଛି । ଏପରିକି ପରିବାର ସଦସ୍ୟମାନେ ମଧ୍ୟ ସୁଜିତଙ୍କ ବିଷୟରେ କୌଣସି ତଥ୍ୟ ଦେଇନଥିଲେ । ତେବେ ସୁଜିତଙ୍କୁ ଧରିବାକୁ ଟିମ୍‌ ଆଉ କିଛି ନିର୍ଦ୍ଦିଷ୍ଟ ସ୍ଥାନରେ ଚଢ଼ାଉ କରିବାକୁ ଯୋଜନା କରିଛି ।

ଯୌନ ନିର୍ଯାତନା ଅଭିଯୋଗରେ ସୁଜିତଙ୍କ ନାମରେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ମାମଲା ରୁଜୁ କରି ତଦନ୍ତ କରୁଛି । ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସୁଜିତ କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ନିକଟରେ କିଛିଦିନ ତଳେ ହାଜର ହୋଇଥିଲେ । ତେବେ ପୂର୍ବରୁ ସୁଜିତଙ୍କ ଗିରଫଦାରୀ ଉପରେ ହାଇକୋର୍ଟ ରହିତାଦେଶ ଲଗାଇଥିଲେ । ତେବେ ଏହି ମାମଲାରେ CAW & CW ଟିମ୍ ତଥ୍ୟ ପ୍ରମାଣ ସମ୍ବଳିତ ଚାର୍ଜଶିଟ ଦାଖଲ କରିଥିଲା । ଏହାପରେ ହାଇକୋର୍ଟ ରହିତାଦେଶ ଉଠାଇଦେବାରୁ ସୁଜିତଙ୍କ ପାଇଁ ଅଡୁଆ ବଢ଼ିଛି ।

  • Related Posts

    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading
    ଭୋଟର ତାଲିକାରେ ନାମ ସାମିଲ ପାଇଁ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ

    ୩ ଦିନରେ ରାଜ୍ୟବ୍ୟାପୀ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ ଭୁବନେଶ୍ୱର : ୧୦ ଅକ୍ଟୋବର ୨୦୨୬ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ