ଜୁନ୍ ୧ରୁ ସରକାରୀ କାର୍ଯ୍ୟାଳୟରେ ବନ୍ଦ ହେବ ନୂଆ ପେଟ୍ରୋଲ ଓ ଡିଜେଲ ଗାଡି

ଭୁବନେଶ୍ୱର,୨୧/୦୫/୨୦୨୬:ସାମ୍ପ୍ରତିକ ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ଦେଶରେ ପେଟ୍ରୋଲ ଡିଜେଲ ଖର୍ଚ୍ଚକାଟ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ସେ ଏକ ୮-ସୂତ୍ରୀ ନିର୍ଦ୍ଦେଶାବଳୀ ଦେଇଛନ୍ତି । ଏହି ନିର୍ଦ୍ଦେଶାବଳୀ, ଅନୁସାରେ ୧- ସରକାରୀ ସ୍ତରର ବିଭିନ୍ନ ବୈଠକ, ସମୀକ୍ଷା, ପ୍ରଶିକ୍ଷଣ, କର୍ମଶାଳା ଆଦି ଅତି ଆବଶ୍ୟକ ନ ହେଲେ ଭର୍ଚୁଆଲ ମୋଡ୍‌ରେ କରାଯିବ। ଯେଉଁଠି ପ୍ରତ୍ୟକ୍ଷ ଉପସ୍ଥିତିର ଆବଶ୍ୟକତା ଥିବ, ସେ ସ୍ଥଳରେ ଯେଉଁ ଅଧିକାରୀ ଓ କର୍ମଚାରୀମାନଙ୍କ ପ୍ରତ୍ୟକ୍ଷ ଉପସ୍ଥିତି ଆବଶ୍ୟକ ଥିବ, ସେମାନେ ପ୍ରତ୍ୟକ୍ଷ ଭାବେ ବୈଠକରେ ଯୋଗ ଦେଇପାରିବେ ଏବଂ ଅନ୍ୟମାନେ ଭର୍ଚୁଆଲ ମୋଡ୍‌ରେ ଯୋଗ ଦେବେ ।
୨- ସେହିଭଳି,୧ ଜୁନ୍ ୨୦୨୬ ଠାରୁ ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ଯେତେ ନୂଆ ଦୁଇ ଚକିଆ ଓ ଚାରି ଚକିଆ ଯାନ କିଣାଯିବ, ସେଗୁଡ଼ିକ ବୈଦ୍ୟୁତିକ ଯାନ (EV) ହୋଇଥିବା ବାଧ୍ୟତାମୂଳକ । ବିଶେଷ ଆବଶ୍ୟକତା ଭିତ୍ତିରେ ପେଟ୍ରୋଲ କିମ୍ୱା ଡିଜେଲ ଯାନ କିଣିବାକୁ ଅନୁମତି ଦିଆଯିବ । ସେହିଭଳି, ଜୁନ୍ ପହିଲାରୁ ସରକାରୀ କାର୍ଯ୍ୟାଳୟରେ ଭଡ଼ା ସୂତ୍ରରେ ନିଆଯାଉଥିବା ସରକାରୀ ଚାରିଚକିଆ ଯାନ EV ହେବା ବାଧ୍ୟତାମୂଳକ କରାଯିବ ।
୩- ବ୍ୟକ୍ତିଗତ ସରକାରୀ ବ୍ୟବହାର ପାଇଁ ସରକାରୀ ଯାନ ପାଇଥିବା ବରିଷ୍ଠ ଅଧିକାରୀମାନେ ନିଜ ନିଜ ମଧ୍ୟରେ କାରପୁଲିଂ କରିବେ, ଅର୍ଥାତ୍ ଯିବା ଆସିବା ପାଇଁ କେବଳ ଗୋଟିଏ ଗାଡ଼ି ବ୍ୟବହାର କରିବେ । ସରକାରୀ ଯାନ ବ୍ୟବହାର ପାଇଁ ରାଶିର ପରିମାଣ ମଧ୍ୟ ତଦନୁଯାୟୀ ଅଧା କରାଯିବ ।
୪- କେଉଁ ପାହ୍ୟାର ବରିଷ୍ଠ ଅଧିକାରୀମାନେ ବ୍ୟକ୍ତିଗତ ଭାବେ ସରକାରୀ ଗାଡ଼ି ବ୍ୟବହାର କରିପାରିବେ, ସେଥିପାଇଁ ଅର୍ଥବିଭାଗ ୧୫ ଦିନ ମଧ୍ୟରେ ଏକ ମାର୍ଗଦର୍ଶିକା ଜାରୀ କରିବ ।
୫- ଦୂରସ୍ଥାନକୁ ପରିଦର୍ଶନରେ ଗଲାବେଳେ ଅଧିକାରୀ ଓ କର୍ମଚାରୀମାନେ ବସ୍ କିମ୍ୱା ରେଳଯାତ୍ରା କରିବେ ।
୬- ଯେଉଁ ଅଧିକାରୀମାନଙ୍କ ନିଜସ୍ୱ ବୈଦ୍ୟୁତିକ ଗାଡ଼ି ରହିଛି, ସେମାନେ ସରକାରୀ କାର୍ଯ୍ୟରେ କିଭଳି ଏହାକୁ ବ୍ୟବହାର କରିପାରିବେ, ସେ ସମ୍ପର୍କରେ ଅର୍ଥବିଭାଗ ପକ୍ଷରୁ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ କୁହାଯାଇଛି ।
୭- ବହୁଳମାତ୍ରାରେ ସରକାରୀ କର୍ମଚାରୀ ରହୁଥିବା ସ୍ଥାନରୁ କର୍ମଚାରୀମାନଙ୍କ ଯିବା ଆସିବା ପାଇଁ ବୈଦ୍ୟୁତିକ ବସ୍ କିମ୍ୱା ମିନିବସ୍ ସେବା ଯୋଗାଇ ଦିଆଯିବ ।
୮- ସରକାରୀ ଯାନ’ର ଚଳପ୍ରଚଳ ବାବଦକୁ ମାସିକ ପେଟ୍ରୋଲ ଓ ଡିଜେଲ ବ୍ୟବହାର ପରିମାଣ ଯେପରି ଅତିକମ୍‌ରେ ୧୦ ପ୍ରତିଶତ କମିବ, ସେ ଦିଗରେ ସମସ୍ତ କାର୍ଯ୍ୟାଳୟ ସୁଚିନ୍ତିତ ପଦକ୍ଷେପ ନେବେ ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ