odisha high court ପତ୍ନୀ ହତ୍ୟା ଓ ଝିଅକୁ ହତ୍ୟା ଉଦ୍ୟମ ମାମଲା: ମୃତ୍ୟୁଦଣ୍ଡକୁ 35 ବର୍ଷ ଆଜୀବନ କାରାଦଣ୍ଡରେ ପରିବର୍ତ୍ତନ

କଟକ: ସ୍ତ୍ରୀଙ୍କୁ ହତ୍ୟା କରିବା ଏବଂ ନାବାଳିକା ଝିଅକୁ ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ସଞ୍ଜିତ କୁମାର ଦାସଙ୍କୁ ମୃତ୍ୟୁଦଣ୍ଡ ଆଦେଶକୁ ପରିବର୍ତ୍ତନ କରି 35 ବର୍ଷ ପାଇଁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଓଡ଼ିଶା ହାଇକୋର୍ଟ । ଏଥିସହିତ ଆସାମୀାଙ୍କ ଦୁଇ ନାବାଳକ ପିଲାଙ୍କ ପାଇଁ ପ୍ରତ୍ୟେକଙ୍କୁ 10 ଲକ୍ଷ ଟଙ୍କା ଅତିରିକ୍ତ କ୍ଷତିପୂରଣ ଦେବାକୁ ଓଡ଼ିଶା ହାଇକୋର୍ଟ, ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
2022ରେ ଭୁବନେଶ୍ବର ଭରତପୁର ଥାନା ଅନ୍ତର୍ଗତ ଘାଟିକିଆଠାରେ ପତ୍ନୀଙ୍କୁ ଛୁରୀ ଭୁସି ହତ୍ୟା ଏବଂ 6 ବର୍ଷର ଝିଅର ତଣ୍ଟି କାଟି ହତ୍ୟା ଉଦ୍ୟମ କରିଥିଲା ଅଭିଯୁକ୍ତ ସଞ୍ଜିତ କୁମାର ଦାସ ଓରଫ ବାଙ୍କୁ । ଏହି ମାମଲାରେ ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ସର୍ବନିମ୍ନ 35 ବର୍ଷ ଜେଲଦଣ୍ଡ ଭୋଗ ନ କରିବା ପର୍ଯ୍ୟନ୍ତ ଦଣ୍ଡ କୋହଳ ପ୍ରସଂଗରେ ବିଚାର ପାଇଁ ଆସାମୀ ଯୋଗ୍ୟ ହେବେନାହିଁ । ଏହା ଅତିରୁ ଅତି ବିରଳ ବର୍ଗର ମାମଲାରେ ଆସୁ ନଥିବାରୁ ହାଇକୋର୍ଟ ମୃତ୍ୟୁଦଣ୍ଡକୁ କୋହଳ କରି ଆଜୀବନକୁ ପରିବର୍ତ୍ତନ କରିଛନ୍ତି । ହାଇକୋର୍ଟ ବିଚାରପତି ଜଷ୍ଟିସ ମାନସ ରଞ୍ଜନ ପାଠକ ଏବଂ ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି ।2024ରେ ଭୁବନେଶ୍ବର ଦ୍ବିତୀୟ ଅତିରିକ୍ତ ଦୌରା ଜଜ୍‌ ଅଦାଲତ ସଞ୍ଜିତକୁ ଆଇପିସିର ଦଫା ୩୦୨, ୩୦୭, ୩୨୬ ଓ ୩୨୪ରେ ଦୋଷୀ ସାବ୍ୟସ୍ତ କରି ରାୟ ପ୍ରଦାନ କରିଥିବା ବେଳେ ହାଇକୋର୍ଟ ଦଫା ୩୨୬ ଓ ୩୨୪ରେ ପ୍ରଦାନ କରାଯାଇଥିବା ଦଣ୍ଡକୁ ରଦ୍ଦ କରିଛନ୍ତି । ଅନ୍ୟପକ୍ଷରେ ଦଫା ୩୦୨ ଓ ୩୦୭ରେ ଦୋଷୀ ସାବ୍ୟସ୍ତ କରି ଅତିରିକ୍ତ ଦୌରା ଜଜ ଅଦାଲତ 2024 ଜୁଲାଇ 30ରେ ପ୍ରଦାନ କରିଥିବା ରାୟକୁ ହାଇକୋର୍ଟ କାଏମ ରଖିଛନ୍ତି । ତେବେ ହାଇକୋର୍ଟ, ତଳକୋର୍ଟଙ୍କ ମୃତ୍ୟୁଦଣ୍ଡ ଆଦେଶକୁ ଆଜୀବନ କରାଦଣ୍ଡକୁ ପରିବର୍ତ୍ତନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ହତ୍ୟାର ଶିକାର ହୋଇଥିବା ପୀଡ଼ିତାଙ୍କ 10 ବର୍ଷ ଏବଂ 4 ବର୍ଷର ଦୁଇ ପିଲାଙ୍କୁ 10 ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

  • Related Posts

    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading
    ଭୋଟର ତାଲିକାରେ ନାମ ସାମିଲ ପାଇଁ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ

    ୩ ଦିନରେ ରାଜ୍ୟବ୍ୟାପୀ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ ଭୁବନେଶ୍ୱର : ୧୦ ଅକ୍ଟୋବର ୨୦୨୬ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ