ଓଡ଼ିଶା କ୍ରୀଡ଼ାରେ ଯୋଡ଼ି ହେଲା ନୂଆ ଫର୍ଦ୍ଦ: ବ୍ୟାଡମିଣ୍ଟନ୍ ହାଇପର୍ଫମାନ୍ସ ସେଣ୍ଟର ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ସରକାର କ୍ରୀଡାକୁ ଆଗ୍ରାଧିକାର ଦେଇ ରାଜ୍ୟରେ କ୍ରୀଡା ଭିତ୍ତିଭୂମିକୁ ସୁଦୃଢ କରିବାକୁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଗୁରୁବାର କଳିଙ୍ଗ ଷ୍ଟାଡିୟମ ପରିସରରେ ନିର୍ମିତ ବ୍ୟାଡମିଣ୍ଟନ୍ ହାଇପର୍ଫମାନ୍ସ ସେଣ୍ଟର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୭୭ ହଜାର ବର୍ଗଫୁଟ ଅଞ୍ଚଳରେ ନିର୍ମିତ ହାଇପରର୍ଫମାନ୍ସ ସେଣ୍ଟରରେ ଏକସଙ୍ଗେ ୪୦୦ କ୍ରୀଡ଼ାପ୍ରେମୀ ଏହି ସେଣ୍ଟରରେ ଖେଳର ମଜା ନେଇପାରିବେ।

ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଆସାମ ମୁଖ୍ୟମନ୍ତ୍ରୀ ତଥା ବ୍ୟାଡମିଣ୍ଟନ ଆସୋସିଏସନ୍‌ ଅଫ୍ ଇଣ୍ଡିଆର ସଭାପତି ହିମନ୍ତ ବିଶ୍ଵଶର୍ମା ଯୋଗ ଦେଇଥିଲେ। ଏହି ଅବସରରେ ଶ୍ରୀ ହିମନ୍ତ କହିଥିଲେ ”କଳିଙ୍ଗ ଷ୍ଟାଡିୟମରେ ବ୍ୟାଡମିଣ୍ଟନ୍ ହାଇପର୍ଫମାନ୍ସ ସେଣ୍ଟର ଉଦ୍‌ଘାଟନ ଖୁସିର କଥା। ଓଡ଼ିଶା ସରକାରଙ୍କ ସହାୟତା ଯୋଗୁଁ ବ୍ୟାଡମିଣ୍ଟନ ବେଶ୍ ଅଗ୍ରଗତି କରିବ। ବ୍ୟାଡମିଣ୍ଟନ୍‌ରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ନାଁ କରିଛନ୍ତି ଓଡ଼ିଶା ଖେଳାଳି। ତେଣୁ ବ୍ୟାଡମିଣ୍ଟନ ପ୍ରତି ଯୁବପିଢ଼ିଙ୍କୁ ଆକର୍ଷିତ କରିବା ପାଇଁ ହିମନ୍ତ ଆହ୍ବାନ ଦେଇଛନ୍ତି ଏବଂ ଭାରତ ସ୍ପୋର୍ଟସ୍ ପାୱାର୍‌ ହାଉସ୍ ହେଉ ବୋଲି ସେ କାମନା କରିଛନ୍ତି।”

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ବୋଧନ କରି କହିଛନ୍ତି, ”ଆଜି ଆମ ପାଇଁ ଏକ ଐତିହାସିକ ଦିନ। ଆଗାମୀ ଦିନରେ ଯୁବପିଢ଼ିଙ୍କ ସୁନ୍ଦର ଭବିଷ୍ୟତ ତିଆରି କରିବାରେ ଏହି ସେଣ୍ଟର ସହାୟକ ହେବ। ଓଡ଼ିଶାରେ ଅନ୍ତର୍ଜାତୀୟ ସ୍ତରର ବ୍ୟାଡମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି, ଫଳରେ ଦେଶ, ବିଦେଶର କ୍ରୀଡ଼ାବିତ୍‌ଙ୍କ ପ୍ରତିଭାକୁ ସାମ୍‌ନାକୁ ଅଣାଯାଇପାରୁଛି। ଅତୀତରେ ସାଇନା ନେହୱାଲ୍‌ଙ୍କ ପରି ଅନେକ ଖେଳାଳି ଦେଶ ପାଇଁ ପଦକ ଆଣି ଗର୍ବିତ କରିଛନ୍ତି। ଆଗକୁ ଆହୁରି ପଦକ ଆଣି ଦେଶ ପାଇଁ ଗୌରବ ଆଣିବାକୁ ଏବଂ ବ୍ୟାଡ୍‌ମିଣ୍ଟନ୍‌ରେ ବିଶ୍ଵ ମଞ୍ଚରେ ଓଡ଼ିଶାର ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏଥିସହିତ କ୍ରୀଡ଼ାର ବିକାଶ ଦିଗରେ ସରକାରଙ୍କ ଅନ୍ୟ ବଡ଼ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅବଗତ କରିଥିଲେ। ନିକଟରେ ସରକାର ଘୋଷଣା ଅନୁଯାୟୀ ଜଟଣୀ ଗୋଠପାଟଣାରେ ଏକ ବୃହତ୍‌ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ହେବ। ପ୍ରାୟ ୧୨୦ଏକର ପରିମିତ ଜାଗାରେ ଏହି ସ୍ପୋର୍ଟ୍ସ କମ୍ପ୍ଲେକ୍ସ ହେବାକୁ ଥିବା ବେଳେ ଏଥିପାଇଁ ବଜେଟ୍‌ରେ ୧ ହଜାର କୋଟି ବ୍ୟବସ୍ଥା ସରକାର କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ”

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ