online auoto-taxi ଅନ୍‌ଲାଇନ ଅଟୋ-ଟ୍ୟାକ୍ସି ଡ୍ରାଇଭର ସଂଘ ସଭାପତି ଗିରଫ

ଭୁବନେଶ୍ୱର:ସ୍ମାର୍ଟ ସିଟି ଅନ୍‌ଲାଇନ ଅଟୋ ଟ୍ୟାକ୍ସି ଡ୍ରାଇଭର୍ ସଂଘ ସଭାପତି ଦୀନବନ୍ଧୁ ନାୟକଙ୍କୁ ଗିରଫ କରିଛି କମିଶନରେଟ୍‌ ପୋଲିସ। ପୁରୀରୁ ଦୀନବନ୍ଧୁଙ୍କୁ ଗିରଫ କରାଯାଇଥିବା ଭୁବନେଶ୍ବର ଡିସିପି ସୂଚନା ଦେଇଛନ୍ତି।ରାଜଧାନୀରେ ଅଟୋ-ଟ୍ୟାକ୍ସି ଚାଳକଙ୍କ ଆନ୍ଦୋଳନ ସମୟରେ ହିଂସାତ୍ମକ ଘଟଣା ଘଟିବା ପରେ ଦୀନବନ୍ଧୁ ନାୟକ ଫେରାର ଥିଲେ। ତାଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ଖୋଜାଖୋଜି ଜାରି ରହିଥିଲା। ଶେଷରେ ପୁରୀରୁ ତାଙ୍କୁ ଗିରଫ କରାଯାଇଛି।ଗିରଫ ପୂର୍ବରୁ ଆଜି ସକାଳେ ଦୀନବନ୍ଧୁ ଏକ ଭିଡିଓ ଜାରି କରି ହିଂସାତ୍ମକ ଘଟଣା ପାଇଁ ଜନସାଧାରଣଙ୍କୁ କ୍ଷମା ମାଗିଥିଲେ। ତେବେ ଏହାପରେ ପୋଲିସ ତାଙ୍କୁ ପୁରୀରୁ ଗିରଫ କରିଛି। ଘଟଣାରେ ତାଙ୍କ ଭୂମିକା ଓ ଆନ୍ଦୋଳନ ସମୟରେ ଘଟିଥିବା ହିଂସା ସମ୍ପର୍କରେ ପୋଲିସ ପଚରାଉଚରା କରିବ ବୋଲି ଜଣାପଡ଼ିଛି।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ