୫ ବର୍ଷରେ ୫୯ ହଜାର ୪୩୭ ଲୋକ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଛନ୍ତି

ଭୁବନେଶ୍ବର: ଗତ ୫ ବର୍ଷ ମଧ୍ୟରେ ୫୯ ହଜାର ୪୩୭ ଲୋକ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଛନ୍ତି। ଆଜି ଗୃହରେ ଏଭଳି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଅନଲାଇନ ଟ୍ରେଡିଙ୍ଗ ବର୍ତ୍ତମାନ ସମୟରେ ଠକେଇର ଏକ ପ୍ରମୁଖ ମାଧ୍ୟମ ପାଲଟିଛି। ଗତ ୫ ବର୍ଷ ଭିତରେ କେତେ ଯୁବପିଢି ଅନଲାଇନ ଟ୍ରେଡିଂ ଠକେଇର ଶିକାର ହୋଇଛନ୍ତି । ତାର ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ବିଧାନସଭାରେ ଜାଣିବାକୁ ଚାହିଁଥିଲେ। ଏହାର ଲିଖିତ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗତ ୫ ବର୍ଷ ମଧ୍ୟରେ ୫୯ ହଜାର ୪୩୭ ଲୋକ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଛନ୍ତି । ୨୦୧୯ରେ ୧୮ ଜଣ, ୨୦୨୦ରେ ୨୮ ଜଣ, ୨୦୨୧ରେ ୨୨ ଜଣ ଏବଂ ୨୦୨୨ରେ ୧୦୫ ଜଣ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଥିଲେ । ତେବେ ୨୦୨୩ରେ ହଠାତ୍ ଏହା ଅହେତୁକ ଭାବେ ବଢ଼ି ୧୮ ହଜାର ୯୯୪ରେ ପହଞ୍ଚିଥିଲା ଆଉ ଚଳିତ ବର୍ଷ ଏହା ରେକର୍ଡ ପାର୍ କରିଛି। ଏବର୍ଷ ୧୧ ମାସରେ ୪୦ ହଜାର ୨୭୦ ଜଣ ଅନଲାଇନ ଟ୍ରେଡିଂ କରି ଠକାମିରେ ପଡ଼ିଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ