OTAS ଅଧିକାରୀ ଭୀମସେନ ଟୁଡୁ ଚାକିରୀରୁ ବହିଷ୍କୃତ

-ଟ୍ରେନିଙ୍ଗ୍ ସମୟରେ ପୋଲିସ ଦ୍ୱାରା ଗିରଫ ହୋଇଥିଲେ,
-ବିଚାର ବିଭାଗୀୟ ହେପାଜତକୁ ପଠାଯାଇଛି

ଭୁବନେଶ୍ୱର: ନୂଆ କରି ନିଯୁକ୍ତି ପାଇଥିବା OT&AS(Odisha Taxation & Accounts Service) ଅଧିକାରୀ ଭୀମସେନ ଟୁଡୁଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସରକାରୀ ସେବାରୁ ବହିଷ୍କାର କରିଛନ୍ତି। ଭବିଷ୍ୟତରେ ମଧ୍ୟ ଶ୍ରୀ ଟୁଡୁ ଆଉ କୌଣସି ସରକାରୀ ଚାକିରି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ।

ସୂଚନାଯୋଗ୍ୟ ଯେ, ନୂଆ କରି OTAS ପାଇଥିବା ଶ୍ରୀ ଟୁଡୁ ତାଙ୍କ ଇଣ୍ଡକ୍ସନ୍ ଟ୍ରେନିଙ୍ଗ୍ ସମୟରେ ୨୦୨୬ ଜୁନ୍ ୪ ତାରିଖଠାରୁ ଅନୁପସ୍ଥିତ ଥିଲେ। ମଧୁସୂଦନ ଦାସ ରିଜିଓନାଲ୍ ଏକାଡେମୀ ଅଫ୍ ଫାଇନାନ୍ସିଆଲ୍ ମ୍ୟାନେଜମେଣ୍ଟ (MDRAFM)ରେ ତାଙ୍କ ଶେଷ ପରୀକ୍ଷାରେ ମଧ୍ୟ ଯୋଗ ଦେଇନଥିଲେ। ସେହି ସମୟରେ ସେ ଏକ ମୃତ୍ୟୁ ମାମଲାରେ ବାରଙ୍ଗ ପୋଲିସ ଦ୍ୱାରା ଗିରଫ ହୋଇଥିଲେ ଏବଂ ତାଙ୍କୁ ଜୁଡିସିଆଲ୍ କଷ୍ଟୋଡିକୁ ପଠାଯାଇଛି। ଅପରାଧିକ ମାମଲାରେ ୪୮ ଘଣ୍ଟାରୁ ଅଧିକ ସମୟଧରି ପୋଲିସ ଦ୍ୱାରା ଅଟକ ଥିବାରୁ ଆଇନ ଅନୁଯାୟୀ ପଦକ୍ଷେପ ନିଆଯାଇ ତାଙ୍କୁ ସିଧାସଳଖ ସରକାରୀ ସେବାରୁ ବରଖାସ୍ତ କରାଯାଇଛି।

  • Related Posts

    ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ

    ଭୁବନେଶ୍ୱର: ସ୍ମାର୍ଟସିଟିର ଲାଇଫ ଲାଇନ୍ କୁହାଯାଉଥିବା ‘ଆମ ବସ’ ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆମ ବସ୍‌ର ପୁଣି ଆତଙ୍କ । ମଞ୍ଚେଶ୍ୱର ଅଞ୍ଚଳରେ ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ। ସ୍କୁଲ ସାରି…

    Continue reading
    ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

    ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ