ସାଂସଦଙ୍କୁ ପୁଣି ହତ୍ୟା ଧମକ

୨୪ ଘଣ୍ଟା ଭିତରେ ତୁମକୁ ମାରିଦେବୁ। ଆମ ଲୋକ ତୁମର ବେଶ ନିଟତର ହୋଇଗଲେଣି। ଆଜି ତୁମ ଶେଷ ଦିନ, ଯାହା କରିବାର ଅଛି କରିନିଅ। ବିହାର ପୂର୍ଣ୍ଣିଆ ସାଂସଦ ପପୁ ଯାଦବଙ୍କୁ ଲରେନ୍ସ ଗ୍ୟାଙ୍ଗ ତରଫରୁ ପୁଣି ଥରେ ଏଭଳି ଧମକ ମିଳିଛି। ପୂର୍ଣ୍ଣିୟା ସାଂସଦ ରାଜେଶ ରଞ୍ଜନ ଓରଫ ପପୁ ଯାଦବ ବର୍ତ୍ତମାନ ପୂର୍ଣ୍ଣିଆରେ ଅଛନ୍ତି। ତାଙ୍କୁ ପୁଣି ଥରେ ହତ୍ୟା ଧମକ ଦିଆଯାଇଛି। ଧମକ ଦେଉଥିବା ବ୍ୟକ୍ତି ତାଙ୍କୁ ଗତ ୨୪ ଘଣ୍ଟା ମହଲତ ଦେଇଛନ୍ତି। ହ୍ୱାଟସ୍‌ଆପ୍‌ର ଏହି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ କୁହାଯାଇଛି ଯେ, ଆମର ସାଥୀମାନେ ଆପଣଙ୍କ ନିକଟରେ ଅତି ନିକଟତର ହୋଇଛନ୍ତି। ଏପରିକି ଆପଣଙ୍କର ଅଙ୍ଗରାକ୍ଷୀମାନେ ମଧ୍ୟ ଆପଣଙ୍କୁ ବଞ୍ଚାଇବାକୁ ସମର୍ଥ ହେବେ ନାହିଁ। ଜନ୍ମଦିନର ଶୁଭେଚ୍ଛା, ଲରେନ୍ସ ଭୋଇ ଏବଂ ତାଙ୍କ ଦଳ। ପୂର୍ଣ୍ଣିୟା ସାଂସଦ ଆପଣଙ୍କର ଶେଷ ଦିନକୁ ଉପଭୋଗ କରନ୍ତୁ। ସୂଚନା ମୁତାବକ, ପପୁ ଯାଦବଙ୍କୁ ଯେଉଁ ନମ୍ବରରୁ ଧମକ ଆସିଛି ତାହା ପାକିସ୍ତାନର ବୋଲି ଜଣାପଡିଛି। ଧମକ ଦେଇଥିବା ବ୍ୟକ୍ତି ଜଣକ ନିଜକୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସଦସ୍ୟ ବୋଲି ଦାବି କରୁଛି। କେବଳ ସେତକି ନୁହେଁ ୭ ସେକେଣ୍ଡର ଏକ ବିସ୍ଫୋରଣ ଭିଡିଓ ମଧ୍ୟ ସାଂସଦଙ୍କ ମୋବାଇଲ ନମ୍ବରକୁ ପଠାଯାଇଛି। ଏହି ଧମକପୂର୍ଣ୍ଣ ମେସେଜ ମିଳିବା ପରେ ପୂର୍ଣ୍ଣିଆରେ ସାଂସଦଙ୍କ ବାସଭବନର ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ପୂର୍ବରୁ ମଧ୍ୟ ପପୁ ଯାଦବଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ନାଁରେ ସମାନ ଧମକ ମିଳିଥିଲା। ତେବେ ପୁଲିସ ଧମକ ଦେଇଥିବା ବ୍ୟକ୍ତିଙ୍କୁ ପୁର୍ଣ୍ଣିଆରୁ ଗିରଫ କରିଥିଲା।

  • Related Posts

    ମୁଁ ନିର୍ବାଚନରେ ​​ ଲଢ଼ିବାକୁ ଚାହୁଁ ନାହିଁ: କେ ଆନ୍ନାମଲାଇ

    ଚେନ୍ନାଇ: ଭାରତୀୟ ଜନତା ପାର୍ଟି ପକ୍ଷରୁ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ପୂର୍ଣ୍ଣାଙ୍ଗ ତାଲିକା ପ୍ରକାଶ କରାଯାଇଥିଲା। ତାଲିକାରେ କେ ଆନ୍ନାମଲାଇଙ୍କ ନାମ ନଥିଲା। ଏନେଇ ଆନ୍ନାମଲାଇ ନୀରବତା ଭାଙ୍ଗିଛନ୍ତି। ସେ ଶନିବାର ସ୍ପଷ୍ଟ କରିଛନ୍ତି, ତାମିଲନାଡୁରେ…

    Continue reading
    କୂଅକୁ କାର୍ ଖସି ୯ ମୃତ

    ମୁମ୍ବାଇ : ମହାରାଷ୍ଟ୍ରର ନାସିକ୍ ଜିଲ୍ଲାର ଡିଣ୍ଡୋରିରୁ ଏକ ହୃଦୟବିଦାରକ ଖବର ସାମ୍ନାକୁ ଆସିଛି। ଡିଣ୍ଡୋରିର ଶିବାଜୀ ନଗର ଅଞ୍ଚଳରେ ଏକ ମାରୁତି କାର କୂଅ ଭିତରକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ କାରରେ ଥିବା ଗୋଟିଏ ପରିବାରର ନଅ ଜଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ